ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜାତୀୟ ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ମଧ୍ୟରେ ଜାରି ରହିଥିବା ତିକ୍ତତା ଭିତରେ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି ଜାତୀୟ ସୁରକ୍ଷା ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜାତୀୟ ସୁରକ୍ଷା ପରିଷଦ ବୈଠକରେ ସୁରକ୍ଷା କ୍ୟାବିନେଟ କମିଟିର ମନ୍ତ୍ରୀମାନେ ଉପସ୍ଥିତ ଥିଲେ।

 

ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ, ଗୃହମନ୍ତ୍ରୀ ରାଜନାଥ ସିଂ, ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜ ଓ ଅର୍ଥମନ୍ତ୍ରୀ ଅରୁଣ ଜେଟଲି ଉପସ୍ଥିତ ଥିଲେ।  ସେହିପରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ବିଦେଶ ସଚିବ ବିଜୟ ଗୋଖଲେ ମଧ୍ୟ ଉପସ୍ଥିତ ଥିଲେ।

ତେବେ ବୈଠକରେ ନିର୍ଦ୍ଧିଷ୍ଟ ଭାବେ କେଉଁ ପ୍ରସଙ୍ଗରେ ଆଲୋଚନା କରାଯାଇଛି, ତାହା ସ୍ପଷ୍ଟ ହୋଇନାହିଁ।

 

You might also like