ସୋମନାଥ ଚାଟାର୍ଜୀଙ୍କ ପରଲୋକରେ ବହୁ ପ୍ରମୁଖ ବ୍ୟକ୍ତିଙ୍କ ଶୋକପ୍ରକାଶ

ନୂଆଦିଲ୍ଲୀ: ପୂର୍ବତନ ସିପିଏମ୍ ନେତା ତଥା ପୂର୍ବତନ ଲୋକସଭା ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ପରଲୋକରେ ବହୁ ପ୍ରମୁଖ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମନାଥଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ପଶ୍ଚିମବଂଗ ତଥା ଦେଶର ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଅନ୍ତ ଘଟିଛି ବୋଲି ସେ କହିଛନ୍ତି।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋମନାଥଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି। ସୋମନାଥ ଭାରତୀୟ ରାଜନୀତିର ଜଣେ ବଳିଷ୍ଠ ନେତୃତ୍ୱ ଥିଲେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ସୋମନାଥ ଚାଟାର୍ଜୀଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ପ୍ରତିଷ୍ଠାନ ଥିଲେ ବୋଲି କହିଛନ୍ତି। ରାହୁଲ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୋମନାଥଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି। ଭାରତୀୟ ଗଣତନ୍ତ୍ର ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସୋମନାଥ ଚାଟାର୍ଜୀଙ୍କ ପରଲୋକରେ ଗଭୀର ଶୋକପ୍ରକାଶ କରିଛନ୍ତି। ସେହିପରି କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ପୂର୍ବତନ ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ପରଲୋକରେ ଗଭୀର ଶୋକପ୍ରକାଶ କରିଛନ୍ତି।

You might also like