ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଲାଗୁ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ରାଜ୍ୟପାଳ ଶାସନ ଅବଧି ସରିବା ପରେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ୬ ମାସ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ କେନ୍ଦ୍ର କ୍ୟାବିନେଟ୍‌ରେ ଗତକାଲି ଏହା ନିଷ୍ପତ୍ତି ହୋଇଛି। ପୂର୍ବରୁ ଜମ୍ମୁ ଓ କଶ୍ମୀର ରାଜ୍ୟପାଳ ସତ୍ୟପାଲ୍ ମଲିକ ଜମ୍ମୁ ଓ କଶ୍ମୀରରେ ରାଷ୍ଟ୍ରପତି ଶାସନ ଲାଗୁ ହେବା ନେଇ ସୁପାରିସ ସହ କେନ୍ଦ୍ର ନିକଟକୁ ରିପୋର୍ଟ ପଠାଇଥିଲେ। ଏହାପରେ କେନ୍ଦ୍ର କ୍ୟାବିନେଟ୍‌ ଏହି ସୁପାରିସକୁ ମଞ୍ଜୁର କରିଥିଲେ।

ବିଜେପି-ପିଡିପି ମଧ୍ୟରେ ମେଣ୍ଟ ଭାଙ୍ଗିବା ପରେ ଜମ୍ମୁ ଓ କଶ୍ମୀରରେ ରାଜ୍ୟପାଳ ଶାସନ ଲାଗୁ ହୋଇଥିଲା।

You might also like