‘ଭାରତ ଉପରେ ଆଖି ପକାଇଲେ ଉଚିତ୍ ଜବାବ ଦେବୁ’

ନୂଆଦିଲ୍ଲୀ: ୧୪୫ ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରୀୟ ଏକତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ ଦେଇ କହିଛନ୍ତି ଯେ ସୀମାକୁ ନେଇ ଭାରତର ଦୃଷ୍ଟିକୋଣ ବଦଳିଛି। ସୀମାରେ ଭାରତ ଶହ ଶହ କିଲୋମିଟର ସଡ଼କ ନିର୍ମାଣ କରୁଛି।

ଶତ୍ରୁକୁ ମୁହଁତୋଡ଼ ଜବାବ ଦେବାର ଶକ୍ତି ଆମ ପାଖରେ ଅଛି। ଭାରତର ଭୂମି ଉପରେ ଆଖି ପକାଇଲେ ଉଚିତ୍ ଜବାବ ମିଳିବ ବୋଲି ମୋଦି କହିଛନ୍ତି।

ଆତଙ୍କବାଦ ସମଗ୍ର ବିଶ୍ୱ ପାଇଁ ବଡ଼ ଚିନ୍ତାର ବିଷୟ। ଆତଙ୍କବାଦ ବିରୋଧରେ ପୂରା ବିଶ୍ୱକୁ ଏକଜୁଟ୍ ହେବାକୁ ପଡ଼ିବ। ବିବିଧତାରେ ଏକତା ଆମର ପରିଚୟ। ଏହି ଏକତାକୁ ଭାଙ୍ଗିବାକୁ କିଛି ଶକ୍ତି ଅହରହ ଉଦ୍ୟମ କରୁଛନ୍ତି। ଏକତା ହିଁ ଆମକୁ ଅପରାଜେୟ, ଅସାଧାରଣ, ଅଦ୍ୱିତୀୟ କରିଛି ବୋଲି ସେ କହିଛନ୍ତି।

ସେହିପରି କରୋନା ମୁକାବିଲାରେ ଦେଶବାସୀଙ୍କ ଉଦ୍ୟମକୁ ମୋଦିଙ୍କ ପ୍ରଶଂସା କରିଛନ୍ତି। କରୋନା ପୂରା ବିଶ୍ୱର ମାନବ ଜୀବନକୁ ପ୍ରଭାବିତ କରିଛି। କିନ୍ତୁ କରୋନା ବିପକ୍ଷରେ ସାରା ଦେଶ ଏକଜୁଟ୍ ହେଲା। ଦେଶର ୧୩୦ କୋଟି ଜନତା ଏକଜୁଟ୍ ହୋଇ ଲଢ଼ୁଛନ୍ତି। କରୋନା ଯୋଦ୍ଧାଙ୍କ ବଳିଦାନକୁ ଦେଶ କେବେ ବି ଭୁଲିବନି ବୋଲି ମୋଦି କହିଛନ୍ତି।

ଆହୁରି ପଢ଼ନ୍ତୁ

ଦେଶବ୍ୟାପୀ ଆରଟିପିସିଆର ଟେଷ୍ଟର ସମାନ ମୂଲ୍ୟ ଧାର୍ଯ୍ୟ କର: ସୁପ୍ରିମ୍‌କୋର୍ଟ

ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା ବ୍ୟାପିବ କି କରୋନା ସଂକ୍ରମଣ ? ସାମ୍ନାକୁ ଆସିଲା ନୂଆ ତଥ୍ୟ

ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ଖୁବ୍‌ ଶୀଘ୍ର ବଜାରରେ ଉପଲବ୍ଧ ହେବ ‘ସ୍ପୁଟନିକ୍-ଭି’

ଜୀବନକୁ ବାଜି ଲଗାଇ ଚାରି ଜଣଙ୍କୁ ବଞ୍ଚାଇଲା ଗର୍ଭବତୀ କୁକୁର

ଶକ୍ତି ଗୋଟାଉଛି ନିଭାର, ୧୨୦ କିଲୋମିଟର ବେଗରେ ବହିବ ପବନ

ପୁଣି ୪୩ ଚାଇନିଜ୍ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର

କରୋନା ଟିକା ନେଇ କ’ଣ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ?

ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

ସୋନୁ ସୁଦ୍‌ଙ୍କର ଅଜବ୍‌ ଫ୍ୟାନ୍‌, ଦେଖା କରିବାକୁ ସାଇକେଲ୍‌ରେ ବିହାରରୁ ମୁମ୍ୱାଇ ଯାତ୍ରା କରିବେ

ମାଓବାଦୀଙ୍କ ହାତକୁ ସୁରକ୍ଷାକର୍ମୀଙ୍କ ବନ୍ଧୁକ ଆସିଲା କେମିତି ?

You might also like