କାଲି ଦେଶବାସୀଙ୍କୁ ସମ୍ୱୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ। କାଲି ଅପରାହ୍ନ ୪ଟାରେ ସେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଉଦବୋଧନ ଦେବେ। ଏନେଇ ପିଏମଓ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆସନ୍ତା ବୁଧବାର ଠାରୁ ଅନଲକ୍-ଟୁ କାର୍ଯ୍ୟକାରୀ ହେଉଥିବା ବେଳେ, ସେ ସଂପର୍କରେ ଦେଶବାସୀଙ୍କୁ ବାର୍ତ୍ତା ଦେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି।


ଦିନକୁ ଦିନକୁ ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଆସନ୍ତାକାଲି ଅନଲକ-୧ ଶେଷ ହେବାକୁ ଯାଉଛି। ଏନେଇ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅନଲକ-୨ ପାଇଁ ଗାଇଡଲାଇନ ଜାରି କରାଯାଇଛି। ସେ ସଂପର୍କରେ ଦେଶବାସୀଙ୍କୁ ବାର୍ତ୍ତା ଦେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି।

ଅପରପଟେ ଆଜି ଭାରତ ସରକାର ଚାଇନା ତିକ୍ତତାକୁ ଦୃଷ୍ଟିରେ ରଖି ଟିକଟକ ସମେତ ୫୯ଟି ଚାଇନିଜ ଆପକୁ ବ୍ୟାନ କରିଛନ୍ତି। ତେବେ ଏସବୁ ଭିତରେ ମୋଦି ଦେଶବାସୀଙ୍କୁ କ’ଣ ସବୁ କହିବେ, ତା’ ଉପରେ ସମସ୍ତଙ୍କ ନଜର ରହିଛି।

ଆହୁରି ପଢ଼ନ୍ତୁ

ବିଜେପି ନେତା ଓ ପରିବାର ହତ୍ୟା ଘଟଣାରେ ପୁଲିସ୍‌ ହାତରେ ଲାଗିଲା ବଡ଼ ପ୍ରମାଣ

କରୋନା ସନ୍ଦେହରେ ଯୁବତୀଙ୍କୁ ଚଳନ୍ତା ବସ୍‌ରୁ ଠେଲିଦେଲେ

ଚାଇନାକୁ ଦୃଢ଼ ଯବାବ ଦେଇଛି ଭାରତ

କେମିତି ବିକାଶକୁ ଗରିଫ କଲା ପୋଲିସ ? ପୁରା ଘଟଣା ଥିଲା ଏମିତି

୨୭୮ ପୋଲିସ କର୍ମଚାରୀ କରୋନା ପଜିଟିଭ

ଦେଶରେ କରୋନା ରେକର୍ଡ; ୨୪ ଘଣ୍ଟାରେ ୨୫ ହଜାର ଆକ୍ରାନ୍ତ ଚିହ୍ନଟ

ଫେସବୁକ୍,‌ ଟିକ୍‌‌ଟକ୍‌ ପରି ଆପ୍‌ ବ୍ୟବହାର ନ କରିବାକୁ ସେନାକୁ ନିର୍ଦ୍ଦେଶ

ସାମୟିକ ଋଣ ଉପରେ ସୁଧ ହାର ହ୍ରାସ କଲା ଏସ୍‌ବିଆଇ

ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ

ମୃତ୍ୟୁ ଭୟରେ ନ୍ୟୁଜ ଚାନେଲ୍‌ରେ ଆତ୍ମସର୍ମପଣ କରିବାକୁ ଚାହୁଁଛି ବିକାଶ ଦୁବେ

ଏନ୍‌କାଉଣ୍ଟରରେ ଅପରାଧୀ ବିକାଶ ଦୁବେର ୨ ସହଯୋଗୀ ନିହତ

ଚେତାବନୀ ଦେଲେ ଟ୍ରମ୍ପ- ’ସ୍କୁଲ ଖୋଲ, ନ ହେଲେ ଫଣ୍ଡ ମିଳିବନି’

You might also like