କାଳବୈଶାଖୀ ଆଶଙ୍କା

ନୂଆଦିଲ୍ଲୀ : ଭାରତର ପଶ୍ଚିମାଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଭାରତରେ ବିଭିନ୍ନ ସ୍ଥାନରେ କାଳବୈଶାଖୀର ଆଶଙ୍କା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହ କୁଆପଥର ବର୍ଷା ହୋଇପାରେ। ପବନର ବେଗ ଘଣ୍ଟାପ୍ରତି ୬୦ କିଲୋମିଟର ବଢ଼ିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଓଡ଼ିଶା ସହ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ଜମ୍ମୁ ଓ କାଶ୍ମୀର, ହରିଆଣା, ପଂଜାବରେ କାଳବୈଶାଖୀର ପ୍ରଭାବ ରହିବ।

ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଭାରତରେ ପ୍ରବଳ ବର୍ଷା ହେବା ସହ ଜୋରରେ ପବନ ବହିଥିଲା। ଏଥିଯୋଗୁଁ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା।

You might also like