ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

ଜୟପୁର: ସ୍ୱାମୀଙ୍କୁ ହତ୍ୟା କରିବା ପରେ ବେଡ୍‌ ତଳେ ମୃତଦେହ ଲୁଚାଇ, ଏହାର ଦିନକ ପରେ ନିଜେ ଏସମ୍ପର୍କରେ ପୋଲିସ୍‌କୁ ଖବର ଦେଲେ ସମ୍ପୃକ୍ତ ମହିଳା। ରାଜସ୍ଥାନ ଚୁରୁ ଜିଲ୍ଲାରେ ଏଭଳି କିଛି ଘଟଣା ଘଟିଛି, ଯାହାକୁ ନେଇ ଏବେ ଚର୍ଚ୍ଚା।

ରବିବାର ରାତିରେ ହମିର୍‌ୱାସ୍‌ ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତକଙ୍କ ନାଁ ନିର୍ମଳ ସିଂ(୩୪)। ଅଭିଯୁକ୍ତ ପତ୍ନୀଙ୍କ ନାଁ ନୀରଜ(୨୮)।

କୌଣସି କାରଣକୁ ନେଇ ନିର୍ମଳ ଓ ନୀରଜଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ଘଟଣା ପରେ ଏଥିରେ ଉତ୍‌କ୍ଷିପ୍ତ ହୋଇ ନୀରଜ ସ୍ୱାମୀ ନିର୍ମଳଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ସ୍ୱାମୀଙ୍କୁ ହତ୍ୟା କରିବା ପରେ ନୀରଜ ମୃତଦେହକୁ ବେଡ୍‌ ତଳେ ଲୁଚାଇ ରଖିଥିଲେ। ହେଲେ ଯେତେବେଳେ ଏଥିରୁ ଗନ୍ଧ ବାହାରିବା ଆରମ୍ଭ ହେଲା କିଛି ଉପାୟ ନ ପାଇ ନୀରଜ ଏସମ୍ପର୍କରେ ସୋମବାର ରାତିରେ ପୋଲିସ୍‌କୁ ଖବର ଦେଇଥିଲେ।

ଖବରପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା। ଘଟଣାକୁ ନେଇ ନିର୍ମଳଙ୍କ ଭାଇ ନୀରଜଙ୍କ ନାଁରେ ପୋଲିସ୍‌ରେ ଅଭିଯୋଗ କରିଛନ୍ତି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି, ଉଭୟ ପତି-ପତ୍ନୀଙ୍କ ମଧ୍ୟରେ ବିବାଦ ଥିଲା ଓ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ମଧ୍ୟ ହୋଇଥିଲା।

ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ପୋଲିସ୍‌ ସମ୍ପୃକ୍ତ ମହିଳାଙ୍କୁ ଗିରଫ କରି ନ ଥିବାବେଳେ ଘଟଣାର ତଦନ୍ତ ଚଳାଇଛି ପୋଲିସ୍‌। ନିର୍ମଳ ଓ ନୀରଜଙ୍କ ୨ଟି ଛୋଟ ଛୁଆ ଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like