ଦେଶରେ ବଢିଲା କରୋନା ଆରୋଗ୍ୟ ହାର, ଦିନକରେ ସର୍ବାଧିକ ହେଲେ ସୁସ୍ଥ

ନୂଆଦିଲ୍ଲୀ: କରୋନା ସମ୍ପର୍କରେ ତାଜା ତଥ୍ୟ ଦେଇଛନ୍ତି କେନ୍ଦ୍ର ସରକାର। ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ହଜାରେ ୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏପର୍ଯ୍ୟନ୍ତ ମୋଟ ୧୧ ହଜାର ୭୦୬ ଆକ୍ରାନ୍ତ ସୁସ୍ଥ ହୋଇ ମେଡିକାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

ଭାରତରେ କରୋନା ଆରୋଗ୍ୟ ହାର ୨୭.୫୨ ପ୍ରତିଶତକୁ ବୃଦ୍ଧି ପାଇଥିବା ସୂଚନା ଦେଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ  ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ହଜାର ୫ଶହ ୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୫୩୩ ଥିବାବେଳେ ସକ୍ରିୟ ଆକ୍ରାନ୍ତ ଅଛନ୍ତି ୨୯ ହଜାର ୪୫୩ ଜଣ।

You might also like