ଅମ୍ପନ ମୁକାବିଲା: ଜନସାଧାରଣଙ୍କ ସୁରକ୍ଷା କାମନା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଅମ୍ପନ ସ୍ଥିତି ନେଇ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାର ମୁକାବିଲା କରିବାକୁ କଣ କଣ ପଦକ୍ଷେପ ନିଆଯାଇଛି, ଆଉ କଣ କରାଯିବା ଦରକାର, ସେ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା।

ବାତ୍ୟା ପୂର୍ବରୁ ପ୍ରାକ ସଜାଗ ଓ ପ୍ରଭାବିତ ଲୋକଙ୍କୁ ସ୍ଥାନାନ୍ତର ନେଇ ଏହି ବୈଠକରେ ଆଲୋଚନା ହୋଇଥିଲା।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ”ମୁଁ ସମସ୍ତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ’


ଏହି ବୈଠକରେ ଗୃହ ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ସମେତ ଗୃହ ମନ୍ତ୍ରାଳୟ ଓ NDMAର ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ୨୫ଟି NDRF ଟିମ୍ ନିୟୋଜିତ କରାଯାଇଥିବା ଏବଂ ୧୨ଟି ଟିମ ରିଜର୍ଭ ରହିଥିବା NDRF ପକ୍ଷରୁ ଅବଗତ କରାଯାଇଛି।

ତେବେ ଆଗରୁ ଅମ୍ପନ ବାତ୍ୟା ସମ୍ପର୍କରେ ଆଇଏମଡି ଡିଜି ସୂଚନା ଦେଇ କହିଛନ୍ତି ଯେ, ଅମ୍ପନ ସମୁଦ୍ରରେ ହିଁ ମହାବାତ୍ୟାର ଶକ୍ତି ହ୍ରାସ ପାଇବ। ଭେରି ସିଭିୟର ସାଇକ୍ଲୋନ୍ ରୂପରେ ସ୍ଥଳଭାଗ ଛୁଇଁବ ଏହି ବାତ୍ୟା। ଓଡ଼ିଶାରେ ମାଡ଼ ହେବନି, ବରଂ ଓଡ଼ିଶା ଉପକୂଳ ଦେଇ ଦେଇ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାଟିଆ ଦ୍ୱୀପ ମଧ୍ୟରେ ଥିବା ସୁନ୍ଦରବନ ପାଖାପାଖି ୨୦ ତାରିଖ ଅପରାହ୍ନରୁ ସଂଧ୍ୟା ଭିତରେ ଲ୍ୟାଣ୍ଡଫଲ୍ କରିବ ମହାବାତ୍ୟା।

You might also like