ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ଚାଲିଗଲା ୭ ଜୀବନ

ଗୌହାଟି: ଯାତ୍ରୀବାହୀ ବସ୍ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଯୋଗୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆସାମର କୋକରାଝର ଜିଲ୍ଲା ବୋଗରିବାଡି ଜାତୀୟ ରାଜପଥ ୧୭ରେ ରବିବାର ଏହି ଭୟଙ୍କର ଦୁର୍ଘଟଣା ଘଟିଛି।

ଆହତଙ୍କୁ ଧୁବରୀ ମେଡିକାଲ୍‌ କଲେଜରେ ଭର୍ତ୍ତି କରାଯାଇଛି। ଯାତ୍ରୀବାହୀ ବସ୍‌ଟି ସପ୍ତଗ୍ରାମରୁ ଘୁବରୀ ଅଭିମୁଖେ ଯାଉଥିବା ବେଳେ ଟ୍ରକଟି ଗୌହାଟି ଅଭିମୁଖେ ଯାଉଥିଲା। ଏହି ସମୟରେ ବୋଗରିବାଡିରେ ୨ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ୍‌ ବସ୍‌ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ପୋଲିସ୍‌ କହିଛି। ଦୁର୍ଘଟଣାକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ୱାଲା ଶୋକ ପ୍ରକାଶ କରିଛନ୍ତି।

ସୂଚନାଥାଉ କି, ରବିବାର କର୍ଣ୍ଣାଟକର ଚିତ୍ରାଗୁର୍‌ଡା ଜିଲ୍ଲାରେ ଅଟୋ-ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଥିଲେ। ବିଜେ ହାଲି ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା। ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

You might also like