ଦିଲ୍ଲୀରୁ ଫେରିବା ପରେ ଗୃହବନ୍ଦୀ ହେଲେ ଶ୍ରୀନଗର ମେୟର

ଶ୍ରୀନଗର: ଜମ୍ମୁ କଶ୍ମୀରରେ ସବୁକିଛି ଠିକଠାକ୍ ନାହିଁ ବୋଲି ମନ୍ତବ୍ୟ ଦେବା ଶ୍ରୀନଗର ମେୟର ଜୁନେଦ୍ ଅଜିମ୍ ମଟ୍ଟୁଙ୍କୁ ମହଙ୍ଗା ପଡ଼ିଛି। ଚିକିତ୍ସା ପାଇଁ ଦିଲ୍ଲୀକୁ ଯାଇ ଫେରିବା ପରେ ଗୃହବନ୍ଦୀ ହୋଇଛନ୍ତି।

ସୋମବାର କିଛି ଗଣମାଧ୍ୟମକୁ ଜମ୍ମୁ କଶ୍ମୀର ବାବଦରେ ନିଜର ମନ୍ତବ୍ୟ ଦେଇଥିଲେ ଜୁନେଦ୍ ଅଜିମ୍ ମଟ୍ଟୁ। ତାଙ୍କ ଦଳ ଜମ୍ମୁ କଶ୍ମୀର ପିପୁଲସ କନଫରେନସ୍ (ଜେକେପିସି)ର ମୁଖ୍ୟ ସଜଦ ଗନ୍ନୀ ଲୋନ୍ ଓ ଅନ୍ୟାନ୍ୟ ଦଳର ନେତାଙ୍କୁ ଗିରଫ କରାଯିବାକୁ ସେ ସମାଲୋଚନା କରିଥିଲେ। ସେ କହିଥିଲେ ଯେ ଏବେ ସରକାର କହୁଛନ୍ତି ସ୍ଥିତି ସ୍ୱାଭାବିକ, ହେଲେ ଏବେ ବି ଅନେକ ପରିବାର ରହିଛନ୍ତି ଯେଉଁମାନେ କି ତାଙ୍କ ପ୍ରିୟଜନଙ୍କ ସହିତ କଥା ହୋଇ ପାରୁନାହାନ୍ତି।

ଏମିତିକି କଶ୍ମୀରବାସୀ ନିଜ ମୌଳିକ ଅଧିକାରରୁ ବଞ୍ଚିତ ଅଛନ୍ତି ବୋଲି ସେ କହିଥିଲେ। ଜମ୍ମୁ କଶ୍ମୀରରେ କୌଣସି ହିଂସା କିମ୍ୱା କେହି ମୃତାହତ ହୋଇନଥିବାର ଅର୍ଥ ସବୁ ଠିକଠାକ୍ ଅଛି ଭାବିବା ଠିକ୍ ହେବନି କହି ଶ୍ରୀନଗର ମେୟର ଅନେକ କିଛି ଘଟଣାକୁ ଇଙ୍ଗିତ କରିଥିଲେ।

ଅଗଷ୍ଟ ୫ରେ ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଛେଦ ହୋଇଥିବା ବେଳେ ଏବେ ସ୍ଥିତି ସ୍ୱାଭାବିକ ରହିଛି। ରାତି ପାହିଲେ କେନ୍ଦ୍ରର କାଶ୍ମୀର କାର୍ଯ୍ୟାନୁଷ୍ଠାନକୁ ମାସେ ପୂରିବ।

ଆହୁରି ପଢ଼ନ୍ତୁ

ସିଏଏକୁ ନେଇ ମୋହନ ଭାଗବତଙ୍କ ମନ୍ତବ୍ୟରେ କଡ଼ା ପ୍ରତିକ୍ରିୟା ରଖିଲେ ଅସଦୁଦ୍ଦିନ ଓୱେସୀ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ପତ୍ନୀଙ୍କ ଆତ୍ମହତ୍ୟା

ବିହାର ଲୋକେ ନୀତୀଶଙ୍କ ଉପରେ କେବଳ ରାଗୁ ନାହାନ୍ତି, ତାଙ୍କୁ ଘୃଣା ବି କରୁଛନ୍ତି; ତେଜସ୍ୱୀ ଯାଦବ

ରେଳବାଇର କୋଭିଡ୍‌ କେୟାର କୋଚ୍‌ରେ ମହାରାଷ୍ଟ୍ରର ଜଣେ ବି ରୋଗୀ ଆଡ୍‌ମିଶନ ହୋଇ ନାହାନ୍ତି

ଏପଟେ ପୂଜା ସେପଟେ ପତ୍ନୀଙ୍କୁ ହତ୍ୟା ! ପୂଜା ଘର ଭିତରୁ ମିଳିଲା ମୃତଦେହ

ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

‘ଭାରତର କଡ଼ା ଜବାବରେ ଭୟଭୀତ ଚାଇନା’

ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ମନ କି ବାତ୍‌: ଯବାନଙ୍କ ପାଇଁ ଦୀପ ଜାଳିବାକୁ କହିଲେ ପ୍ରଧାନମନ୍ତ୍ରୀ

ପରଲୋକରେ ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସ ଚେୟାରମ୍ୟାନ୍

ପଞ୍ଜାବ ଦୁଷ୍କର୍ମ ଘଟଣାରେ ବିଜେପିକୁ ରାହୁଲଙ୍କ ଜବାବ

You might also like