ଏମ୍ସର ତଦନ୍ତ ରିପୋର୍ଟକୁ ନେଇ ସନ୍ଦେହ ପ୍ରକାଶ କଲେ ସୁଶାନ୍ତଙ୍କ ପରିବାର ଓକିଲ ବିକାଶ ସିଂହ

ମୁମ୍ବାଇ: ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ଏକ ନୂଆ ଡାକ୍ତରୀ ଟିମ୍ ଦ୍ୱାରା ତଦନ୍ତ ହେଉ। ଏମ୍ସର ତଦନ୍ତ ରିପୋର୍ଟକୁ ନେଇ ସନ୍ଦେହ ପ୍ରକାଶ କରିବା ସହ ନୂଆ ଦାବି କରିଛନ୍ତି ସୁଶାନ୍ତ ସିଂ ରାଜପୁତଙ୍କ ପରିବାର ଓକିଲ ବିକାଶ ସିଂହ। କୁପର ହସ୍ପିଟାଲର ପୋଷ୍ଟମର୍ଟମ ରିପୋର୍ଟରେ ମୃତ୍ୟୁ ସମୟ ଉଲ୍ଲେଖ ନାହିଁ । ତଥାପି ଏହାକୁ କିଭଳି ସନ୍ଦେହକୁ ନିଆଗଲାନି ତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିକାଶ ସିଂହ।

ସେପଟେ ଏହି ଘଟଣା ସ୍ୱାଭାବିକ ଓ ତଦନ୍ତ ପରେ ଏହା ହିଁ ଆସିଥାନ୍ତା ବୋଲି କହିଛନ୍ତି ମୁମ୍ବାଇ ପୋଲିସ୍ କମିଶନର ପରମବୀର ସିଂହ। ସୁଶାନ୍ତ ଆତ୍ମହତ୍ୟା କରିଥିଲେ, କୁପର ହସ୍ପିଟାଲର ରିପୋର୍ଟ ସଠିକ୍ ଥିଲା ବୋଲି କମିଶନର କହିଛନ୍ତି।

ଅପରପକ୍ଷେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ବୟାନବାଜୀ। ଶିବସେନା ଓ ମହାରାଷ୍ଟ୍ର ସରକାରଙ୍କୁ ବଦନାମ୍ କରିବାକୁ ଏପରି ଯୋଜନା କରାଯାଇଥିଲା। ଏମ୍ସ ଓ ସିବିଆଇ ଉଭୟ କେନ୍ଦ୍ର ସରକାରଙ୍କ ଅଧିନ ସଂସ୍ଥା। ତେବେ ଏହାକୁ ନେଇ ପ୍ରଶ୍ନ ଉଠାଇବା ଭୁଲ ବୋଲି ଶିବସେନା ମୁଖପାତ୍ର ସଞ୍ଜୟ ରାଉତ କହିଛନ୍ତି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like