ମମତାଙ୍କୁ ସାକ୍ଷାତ କଲେ କେସିଆର୍

କୋଲକାତା: ପଶ୍ଚିମବଙ୍ଗ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ। ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଚର୍ଚ୍ଚା ହୋଇଛି।

୨୦୧୯ ନିର୍ବାଚନ ପୂର୍ବରୁ କେସିଆର୍‌ଙ୍କ ଅଣବିଜେପି ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କାର୍ଯ୍ୟକ୍ରମକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ରାଜ୍ୟ ସଚିବାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।

ମମତାଙ୍କ ପୂର୍ବରୁ ଓଡ଼ିଶା ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେସିଆର୍‌ଙ୍କ ଭେଟ୍‌ଘାଟ୍‌ ହୋଇଥିଲା। ଏହାକୁ କେବଳ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି ଉଭୟ ନବୀନ ଓ କେସିଆର୍‌ କହିଥିଲେ।

You might also like