ଅର୍ଥନୀତି ପାଇଁ ୨ ଜଣଙ୍କୁ ନୋବେଲ୍

ଅର୍ଥନୀତି ପାଇଁ ନୋବେଲ୍ ପୁରସ୍କାର ଘୋଷଣା ହୋଇଛି। ଏଥର ଅର୍ଥନୀତି ପାଇଁ ୨ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର। ଆମେରିକାର ପଲ୍ ମିଲଗ୍ରମ୍ ଓ ରବର୍ଟ ଉଇଲସନଙ୍କୁ ଏହି ସର୍ବୋଚ୍ଚ ପୁରସ୍କାରରେ ସମ୍ମାନିତ କରାଯିବ। ନିଲାମୀ ପ୍ରକ୍ରିୟାର ନୂଆ ଫର୍ମାଟ୍ ପାଇଁ ଏହି ଦୁଇ ଅର୍ଥନୀତି ବିଶାରଦଙ୍କୁ ନୋବେଲ ପୁରସ୍କାର ଦେବାରୁ ମନୋନୀତ କରାଯାଇଛି।

ଶାନ୍ତି: ୱାର୍ଲଡ ଫୁଡ୍ ପ୍ରୋଗ୍ରାମ୍‌କୁ ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ WFPକୁ ଏହି ପୁରସ୍କାରରେ ସମ୍ମାନିତ କରାଯିବ।

ସାହିତ୍ୟ: ସାହିତ୍ୟ କ୍ଷେତ୍ରରେ ନୋବେଲ୍‌ ପୁରସ୍କାର ଘୋଷଣା ହୋଇଛି। ଆମେରିକୀୟ କବୟତ୍ରୀ ଲୁଇସ ଗ୍ଲକ୍‌ ଏଥର ସାହିତ୍ୟ କ୍ଷେତ୍ରରେ ନୋବେଲ ପୁରସ୍କାର ପାଇବେ।

ପଦାର୍ଥ ବିଜ୍ଞାନ: ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା ହୋଇଛି। ଯୁଗ୍ମ ଭାବେ ୩ ଜଣଙ୍କ ନାଁ ଘୋଷଣା କରିଛି ନୋବେଲ କମିଟି। ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଁ ରୋଜର ପେନରୋଜ, ରେନହାଡ୍ ଗେନଜେଲ ଓ ଆଣ୍ଡ୍ରେଆ ଗେଜ୍‌ଙ୍କ ନାଁ ଘୋଷଣା ହୋଇଛି।

ମେଡିସିନ: ମେଡିସିନ ପାଇଁ ନୋବେଲ ପୁରସ୍କାର ଘୋଷଣା। ନୋବେଲ ପାଇଁ ଯୁଗ୍ମ ଭାବେ ୩ ଜଣଙ୍କ ନାଁ ଘୋଷଣା କରାଯାଇଛି। ହାର୍ଭେ ଜେ ଅଲଟର, ମାଇକେଲ ହଟନ ଓ ଚାର୍ଲସ ଏମ ରାଇସଙ୍କୁ ମିଳିବ ବିଶ୍ୱର ଏଇ ସମ୍ମାନଜନକ ପୁରସ୍କାର।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like