ଭାରତ ଗସ୍ତରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସରେ ଅତିଥି ଭାବେ ଯୋଗଦେବାକୁ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମଫୋସା। ନେଲ୍‌ସନ୍‌ ମାଣ୍ଡେଲାଙ୍କ ପରେ ରାମଫୋସା ଦ୍ୱିତୀୟ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଭାବେ ଭାରତର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଉଛନ୍ତି। ରାମଫୋସାଙ୍କ ସହ ପତ୍ନୀ ସେପୋ ମୋସେପେ ମଧ୍ୟ ଭାରତ ଆସିଛନ୍ତି।

ବିମାନବନ୍ଦରରେ ପହଞ୍ଚିବା ପରେ ସହରାଞ୍ଚଳ ବିକାଶ ମନ୍ତ୍ରୀ ହରଦୀପ ସିଂହ ପୁରୀ ରାମଫୋସାଙ୍କୁ ସ୍ୱାଗତ କରିଥିଲେ। ଏହାପରେ ରାମଫୋସା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରି ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

You might also like