ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମା ଅସୁସ୍ଥ

ନୂଆଦିଲ୍ଲୀ: ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମା ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କ  ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ଆଉ ଦୁଇ ଦିନ ପାଇଁ ଚିକିତ୍ସା ଜାରି ରହିବ ବୋଲି ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି। ଯୁବ ସମାରୋହରେ ଯୋଗଦେବାକୁ ଦଲାଇଲାମା ନୂଆଦିଲ୍ଲୀ ଆସିଥିଲେ। ଆଜି ସେ ଧର୍ମଶାଳା ଫେରିବାର ଥିଲା। ହେଲେ ଗତ ରାତିରେ ଅସୁସ୍ଥତା ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

You might also like