ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀର ବାରାମୂଳାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ। ଏଥିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଆତଙ୍କବାଦୀମାନେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ଗତକାଲି ସୋପୋରେ ଅଞ୍ଚଳର ବ୍ରଥ୍‌ କଲାଣ୍‌ରେ କର୍ଡନ ଓ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ। ଏହାପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିଲେ। ଯାହାର ପାଲଟା ଜବାବରେ ଏନ୍‌କାଉଣ୍ଟରରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ତେବେ ନିହତ ହୋଇଥିବା ଆତଙ୍କବାଦୀ କେଉଁ ଆତଙ୍କବାଦୀ ସଂଗଠନର ତାହା ଜଣାପଡ଼ିନାହିଁ।

You might also like