ମାଲ୍ୟାଙ୍କୁ ଝଟକା: ଖାରଜ ହେଲା ପ୍ରତ୍ୟର୍ପଣ ବିରୋଧରେ ଆବେଦନ

ଲଣ୍ଡନ୍‌: ପଳାତକ ଘୋଷିତ ବିଜନେସ ଟାଇକୁନ ବିଜୟ ମାଲ୍ୟାଙ୍କର ପ୍ରତ୍ୟର୍ପଣ ଆଦେଶ ବିରୋଧୀ ଆବେଦନକୁ ସୋମବାର ବ୍ରିଟେନ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ବ୍ୟବସାୟୀଙ୍କ ନାମରେ ୯ ହଜାର କୋଟି ଟଙ୍କାର ଠକେଇ ଏବଂ ଅର୍ଥ ହେରଫେର ବା ମନି ଲଣ୍ଡରିଂ ଆଦି ଅଭିଯୋଗ ରହିଛି।

ଏହି ୬୪ ବର୍ଷୀୟ ପୂର୍ବତନ କିଙ୍ଗଫିସର ଏୟାରଲାଇନ୍ସ ମାଲିକ ଚଳିତ ବର୍ଷ ଫେବୃଆରୀରେ ପ୍ରତ୍ୟର୍ପଣ ବିରୋଧରେ ହାଇକୋର୍ଟରେ ଆବେଦନ କରିଥିଲେ। ଟଙ୍କା ଠକେଇ ଏବଂ ମନି ଲଣ୍ଡରିଂ ଅଭିଯୋଗରେ ଭାରତରେ ୱାଣ୍ଟେଡ୍‌ ଘୋଷିତ ମାଲ୍ୟା ବ୍ରିଟେନ ହାଇକୋର୍ଟରେ ଏହି ପ୍ରତ୍ୟର୍ପଣ ଆଦେଶକୁ ଚ୍ୟାଲେଞ୍ଜ କରିଥିଲେ।

କରୋନା ଭାଇରସ୍ କାରଣରୁ ଇମେଲ୍ ଦ୍ୱାରା ଦିଆଯାଇଥିବା ଏକ ରାୟରେ ଏହି ଆବେଦନ ଖାରଜ କରାଯାଇଛି। ଚୂଡ଼ାନ୍ତ ନିଷ୍ପତ୍ତି ପାଇଁ ମାମଲା ବର୍ତ୍ତମାନ ଗୃହ ସଚିବଙ୍କ ନିକଟକୁ ଯିବ।

ଏସବିଆଇ ସମେତ ଅନେକ ବ୍ୟାଙ୍କର ୯ ହଜାର କୋଟି ଟଙ୍କାର ଋଣ ନେଇ ବିଜୟ ମାଲ୍ୟା ୨୦୧୬ରେ ଦେଶ ଛାଡ଼ି ପଳାଇଛନ୍ତି। ଏବେ ସେ ଲଣ୍ଡନରେ ରହୁଛନ୍ତି। ଲଣ୍ଡନର ଏକ କୋର୍ଟରେ ଏହି ମାମଲା ଚାଲିଛି। ବିଜୟ ମାଲ୍ୟାଙ୍କୁ ଭାରତ ଆଣିବା ପାଇଁ କେନ୍ଦ୍ର ସରକାର ଏବଂ ଭାରତୀୟ ତଦନ୍ତ ସଂସ୍ଥା ଅନେକ ପ୍ରୟାସ କରୁଛନ୍ତି।

ଆହୁରି ପଢ଼ନ୍ତୁ

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

You might also like