ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହିଂସାକାଣ୍ଡ; ୬୦ ପୋଲିସ କର୍ମୀ ଆହତ

ବେଙ୍ଗାଲୁରୁ: ପୂର୍ବ ବେଙ୍ଗାଲୁରୁରେ ମଙ୍ଗଳବାର ରାତିରେ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବ୍ୟାପକ ହିଂସାକାଣ୍ଡ ହୋଇଛି । ଉତ୍ତ୍ୟକ୍ତ ଲୋକମାନେ ଡିଜେ ହାଲି ଓ କେଜି ହାଲି ପୋଲିସ ଷ୍ଟେସନ ଉପରକୁ ଟେକାପଥର ମାଡ କରିଛନ୍ତି । ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣରେ ଜଣେ ଏସିପିଙ୍କ ସମେତ ୬୦ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଅନ୍ୟପକ୍ଷରେ ପୋଲିସର ଗୁଳିରେ ଦୁଇ  ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି।

କଂଗ୍ରେସ ବିଧାୟକ ଶ୍ରୀନିବାସ ମୂର୍ତ୍ତିଙ୍କ ପୁତୁରା  ସାଂପ୍ରଦାୟିକ ପ୍ରସଙ୍ଗକୁ ନେଇ ଫେସବୁକ୍‌ରେ ଏକ ପୋଷ୍ଟ କରିଥିଲେ। ଗୋଟିଏ ଗୋଷ୍ଠୀ ଏହି ପୋଷ୍ଟକୁ ବିରୋଧ କରିବା ସହ ଏହାକୁ ନେଇ ଥାନାରେ ଏତଲା ଦେଇଥିଲେ। ଏହି ପୋଷ୍ଟକୁ ବିରୋଧ କରି ସ୍ଥାନୀୟ କିଛି ଲୋକେ ବିଧାୟକ ଅଖଣ୍ଡ ଶ୍ରୀନିବାସଙ୍କ ବାସଭବନକୁ ଆସି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପୋଲିସ ଏହି ଘଟଣାରେ ନବୀନ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ହିଂସାରେ ସଂପୃକ୍ତି ଅଭିଯୋଗରେ ବର୍ତ୍ତମାନ ସୁଦ୍ଧା ୧୧୦ଜଣଙ୍କୁ ଗିରଫ କରାଯାଇଛି।

ପୋଲିସର ଗୁଳିମାଡରେ ଦୁଇ ଜଣ ଲୋକଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ଆହତ ହୋଇଥିବା ବେଙ୍ଗାଲୁରୁ ପୋଲିସ କମିଶନର କମଲ ପନ୍ତ ସୂଚନା ଦେଇଛନ୍ତି। ହିଂସାକାଣ୍ଡ ଭିଆଇଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢଉ କରୁଛି ।

ପୋଲିସର କହିବା ଅନୁଯାୟୀ ନବୀନ ନାମକ ଜଣେ ବ୍ୟକ୍ତି ସୋସିଆଲ ମିଡିଆରେ ଏପରି ଆପତ୍ତିଜନକ ପୋଷ୍ଟ କରିଥିଲେ।ଅଭିଯୁକ୍ତକୁ ପୋଲିସ ଗିରଫ କରିଛି । ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ବେଙ୍ଗାଲୁରୁରେ ୧୪୪ ଧାରା ଜାରି କରାଯିବା ସହ ଡିଜେ ହାଲି ଓ କେଜି ହାଲି ପୋଲିସ ଷ୍ଟେସନ ଅଂଚଳରେ କର୍ଫ୍ୟୁ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like