ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ମିରଟ: ନିର୍ଭୟା ଗଣଦୁଷ୍କର୍ମ ଭଳି ଆଉ ଏକ ଛାତିଥରା ଘଟଣାର ପୁନରାବୃତ୍ତି ହୋଇଛି ଉତ୍ତରପ୍ରଦେଶ ମିରଟରେ। ଜଣେ ମହିଳା ଯାତ୍ରୀଙ୍କୁ ଚଳନ୍ତା ବସ୍‌ରେ ଗଣଦୁଷ୍କର୍ମ କରାଯିବା ପରେ ବସ୍‌ରୁ ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି। ସାରା ରାତି ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।

ଶନିବାର ଦିନ ମିରଟର ଦିଲ୍ଲୀ ରୋଡ୍‌ରେ ସମ୍ପୃକ୍ତ ମହିଳାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇ ତୁରନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଏହାପରେ ଏହି ଛାତିଥରା ଘଟଣା ସମ୍ପର୍କରେ ଜଣାପଡ଼ିଥିଲା।

ପୀଡ଼ିତା ଜଣକ ପୋଲିସ୍‌କୁ ଦେଇଥିବା ସୂଚନା ଅନୁସାରେ, ଶୁକ୍ରବାର ରାତିରେ ସେ ଭୈଶାଲୀ ବସ୍‌ ଷ୍ଟାଣ୍ଡ୍‌ରୁ ବସ୍‌ ଧରିଥିଲେ। ବସ୍‌ ଭିତରେ ତାଙ୍କୁ କୋଲ୍ଡ ଡ୍ରିଙ୍କସ୍‌ ଦିଆଯାଇଥିଲା ଓ ଏହାକୁ ପିଇବା ପରେ ସେ ବେହୋସ ହୋଇଯାଇଥିଲେ। ଏହାପରେ ସାରା ରାତି ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଉକ୍ତ ମହିଳାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ପୋଲିସ୍‌ ପୀଡ଼ିତାଙ୍କ ବୟାନ ରେକର୍ଡ କରି ତାଙ୍କୁ ଡାକ୍ତରୀ ମାଇନା ପାଇଁ ପଠାଇଛନ୍ତି। ମିରଟ ଜିଲ୍ଲା ସର୍‌ଧନା ଟାଉନ୍‌ରେ ପୀଡ଼ିତାଙ୍କ ଘର ବୋଲି ଜଣାପଡ଼ିଛି।

ମିରଟ ଏସ୍‌ଏସ୍‌ପି ଏହି ଘଟଣା ସମ୍ପର୍କରେ ସୂଚନା ଦେବାସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଆରମ୍ଭ ହୋଇଥିବା କହିଛନ୍ତି। ପୋଲିସ୍‌ ସିସିଟିଭି ଫୁଟେଜ୍‌କୁ ଯାଞ୍ଚ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଆରମ୍ଭ କରିଛି।

ଗତ ମାସକ ଭିତରେ ଉତ୍ତର ପ୍ରଦେଶରେ ଏହା ହେଉଛି ତୃତୀୟ ଘଟଣା।

ସୂଚନାଥାଉ କି, ୨୦୧୨ ମସିହା ଡିସେମ୍ବର ୧୬ ତାରିଖରେ ୨୩ ବର୍ଷୀୟ ପାରାମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଦକ୍ଷିଣ ଦିଲ୍ଲୀ ଅଞ୍ଚଳରେ ଚଳନ୍ତା ବସ୍ ଭିତରେ ଗଣଦୁଷ୍କର୍ମ କରାଯାଇଥିଲା। ଏହି ଘଟଣାକୁ ନେଇ ସେତେବେଳେ ଦେଶବ୍ୟାପୀ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। କିଛିଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ନିର୍ଭୟାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାର ଦୀର୍ଘ ସାତ ବର୍ଷ ପରେ ନିର୍ଭୟାଙ୍କୁ ନ୍ୟାୟ ମିଳିଲା ଥିଲା ଓ ଚଳିତ ବର୍ଷ ମାର୍ଚ୍ଚ ୨୦ରେ ଅଭିଯୁକ୍ତଙ୍କୁ ଫାଶି ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like