ପାକିସ୍ତାନ ଆକାଶ ମାର୍ଗରେ ଉଡ଼ିବନି ମୋଦିଙ୍କ ବିମାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ନିଜ ଆକାଶ ମାର୍ଗକୁ ବନ୍ଦ କଲା ପାକିସ୍ତାନ। ମୋଦିଙ୍କ ବିମାନ ଆଗାମୀ ଆମେରିକା ଗସ୍ତବେଳେ ପାକିସ୍ତାନ ଆକାଶ ମାର୍ଗ ଦେଇ ଯାଇ ପାରିବ ନାହିଁ ବୋଲି ପାକ୍ ବୈଦେଶିକ ମନ୍ତ୍ରୀ ଶାହା ମେହମ୍ମୁଦ କ୍ୟୁରେସି ସ୍ପଷ୍ଟ କରିଛନ୍ତି। ଏନେଇ ଭାରତୀୟ ଦୂତାବାସକୁ ଅବଗତ କରାଯାଇଥିବା ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୨୧ରୁ ୨୭ ତାରିଖ ଯାଏ ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଫଳରେ ମୋଦିଙ୍କ ବିମାନ ପାକିସ୍ତାନ ଆକାଶ ମାର୍ଗ ଦେଇ ଯିବାକୁ ଭାରତ ଅନୁମତି ମାଗିଥିଲା। ହେଲେ ଅନୁମତି ଦେବାକୁ ପାକିସ୍ତାନ ଗତକାଲି ସଫା ସଫା ମନା କରିଦେଇଥିଲା।

ଏମିତିକି ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବିମାନକୁ ନିଜ ଆକାଶ ମାର୍ଗରେ ଯିବାକୁ ପାକିସ୍ତାନ ଅନୁମତି ଦେଇ ନ ଥିଲା। ଜମ୍ମୁ ଓ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଏବେ ଔଷଧ ବିକଳରେ ତାଟିଆ କାମୁଡ଼ିବା ସହ ରାଗରେ ବିଳିବିଳେଇ ହେଉଛି। ଯାହା ଫଳରେ ଏଭଳି ଗୋଟିଏ ପରେ ଗୋଟିଏ ନିଷ୍ପତ୍ତି ନେଉଛି।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like