• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୦ ଆକ୍ରାନ୍ତ

  • କ୍ୱାରେଣ୍ଟିନରୁ ୩୪୬; ଲୋକାଲ କେସ୍- ୨୪୭ ଚିହ୍ନଟ

  • ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨କୁ ବୃଦ୍ଧି

  • ଆକ୍ଟିଭ୍- ୪ ହଜାର ୯୬୭; ସୁସ୍ଥ ହେଲେଣି ୧୦ ଲକ୍ଷ ୧୬ ହଜାର ୧୬୫

  • କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଲେଖାଏଁ ‌ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୦ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୪୭ ଜଣ ।

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨କୁ ବୃଦ୍ଧି ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଲେଖାଏଁ ‌ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଫଳରେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮,୨୨୭କୁ ବୃଦ୍ଧି ହୋଇଛି ।

୫୯୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୧ଜଣ, ବରଗଡ଼ରୁ ୧ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗିର ୧ ଜଣ, କଟକରୁ ୮୪ ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୧୪ ଜଣ, କଳାହାଣ୍ଡିରୁ ୫ ଜଣ , କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୯୦ଜଣ, କୋରାପୁଟରୁ ୧ଜଣ, ମୟୁରଭଞ୍ଜରୁ ୨୭ଜଣ, ନୟାଗଡ଼ରୁ ୪ଜଣ, ପୁରୀରୁ ୨୩ଜଣ, ସମ୍ବଲପୁରରୁ ୯ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟପୁଲରୁ ୬୬ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୩୬୬୯୧୭ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି । ମୋଟ୍ ୧୦୨୯୪୧୨ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୦୭୫ ଆକ୍ଟିଭ୍ କେସ୍ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୧୬୧୬୫ ଜଣ । ସେହିପରି ଗତକାଲି କରୋନାରୁ ସୁସ୍ଥ ହୋଇଛନ୍ତି ୫୫୭ ଜଣ ।