• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଭୁବନେଶ୍ୱର: ରାଜ୍ୟରେ ଗତକାଲିଠୁ ଆଜି ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୪୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ସେହିଭଳି କ୍ୱାରେଣ୍ଟିନ ସେଣ୍ଟରରୁ ୨୫୮ ଏବଂ ଲୋକାଲ କେସ୍ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ଆଜି ବି ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୭, ମୟୂରଭଞ୍ଜରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭କୁ ବୃଦ୍ଧି ପାଇଛି ।ସେହିପରି ୩ ଜଣ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଥିବା ଜଣାପଡ଼ିଛି ।

ସୁନ୍ଦରଗଡ଼, ଜଗତସିଂହପୁର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଯାହା ପରେ ରାଜ୍ୟରେ ଏବେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୫କୁ ବୃଦ୍ଧି ପାଇଛି । ସେହିଭଳି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭କୁ ବୃଦ୍ଧି ହୋଇଛି ।