• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ରାଜ୍ୟରେ ୨୪ ଘଣ୍ଟାରେ ୫୨୬ ସଂକ୍ରମିତ ଚିହ୍ନଟ

  • ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୮ ଆକ୍ରାନ୍ତ

  • ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪କୁ ବୃଦ୍ଧି

  • କ୍ୱାରେଣ୍ଟିନରୁ ୩୦୩; ଲୋକାଲ କେସ୍- ୨୨୩ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫୨୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୮ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୦୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୨୩ ଜଣ ।

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଉ ୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ନବରଙ୍ଗପୁରରୁ ୨, ଜଗତସିଂହପୁର ଓ ବଲାଙ୍ଗିରରୁ ଜଣେ ଲେଖାଏଁ ମୃତ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଫଳରେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୨କୁ ବୃଦ୍ଧି ପାଇଛି ।

୫୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିର ୧ ଜଣ, କଟକରୁ ୬୩ଜଣ, ଦେବଗଡ଼ରୁ ୩ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କଳାହାଣ୍ଡିରୁ ୧ ଜଣ , କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରି ୨, ମୟୁରଭଞ୍ଜରୁ ୨୯ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟପୁଲରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୫୭୮୬୨୨ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି । ମୋଟ୍ ୧୦୩୧୦୪୪ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୦୩୫ ଆକ୍ଟିଭ୍ କେସ୍ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୧୭୭୧୪ ଜଣ । ସେହିପରି ଗତକାଲି କରୋନାରୁ ସୁସ୍ଥ ହୋଇଛନ୍ତି ୫୯୮ ଜଣ ।