• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଅଗଷ୍ଟ ୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୩୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅଗଷ୍ଟ ୪ର ରିପୋର୍ଟ ଅନୁସାରେ ରାଜ୍ୟରେ ୧୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୭୭୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୫୬୭ରହିଛି। ତେବେ କଟକରେ ଧୀରେ ଧୀରେ ସଂକ୍ରମଣ କମୁଥିବା ବେଳେ ଖୋର୍ଦ୍ଧାରେ ସଂକ୍ରମଣ କମୁ ନାହିଁ। ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହେଉଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୭୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ଓ ପୁରୀରୁ ୧୨ ଜଣ ଲେଖାଏ, କଟକରୁ ୧୧, କେନ୍ଦ୍ରାପଡ଼ାରୁ ୪, ବରଗଡ଼ରୁ ୩,ବାଲେଶ୍ୱର, ଢେଙ୍କାନାଳରୁ ୨ ଜଣ ଲେଖାଏ, ଭଦ୍ରକ, ବଲାଙ୍ଗିର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୨୩୬ରେ ପହଞ୍ଚିଛି। 

ରାଜ୍ୟରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୩୦, ବାଲେଶ୍ୱରରୁ ୫୯, ବରଗଡ଼ରୁ ୮, ଭଦ୍ରକରୁ ୪୦, ବଲାଙ୍ଗିରରୁ ୩, କଟକରୁ ୧୬୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧୯, ଗଜପତିରୁ ୪, ଗଂଜାମରୁ ୯, ଜଗତସିଂହପୁରରୁ ୭୮, ଯାଜପୁରରୁ ୬୬, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୪୩, କେନ୍ଦୁଝରରୁ ୨୩, ଖୋର୍ଦ୍ଧାରୁ ୪୭୭, କୋରାପୁଟରୁ ୧୧, ମାଲକାନଗିରିିରୁ ୭, ମୟୂରଭଞ୍ଜରୁ ୪୧, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୩, ପୁରୀରୁ ୫୫, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୧୮, ସୁବର୍ଣ୍ଣପୁରରୁ ୪, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟପୁଲରୁ ୧୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୩,୫୨୩ରେ ପହଞ୍ଚିଛି। ତେବେ ଆକ୍ଟିଭ୍‌ କେସ୍‌ ୧୩,୫୧୬ ଥିବାବେଳେ ୯,୬୩,୭୧୮ ଜଣ ସୁସ୍ଥ ହୋଇଛନ୍ତି।

 

ରାଜ୍ୟବାସୀଙ୍କୁ ପୁଣି ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟମ ନମାନିଲେ ପୁଣି ଲକଡାଉନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି । ଦେଶର ଅନ୍ୟ ରାଜ୍ୟରେ କୋଭିଡ଼ କେସ୍ ବଢୁଛି । ଓଡ଼ିଶା ଧିରେ ଧିରେ ଅନ୍‌ଲକ୍‌ ହେଉଛି।  ତେଣୁ ଯଦି ରାଜ୍ୟବାସୀ ଅନ୍‌ଲକ୍‌ ଚାହୁଁଛନ୍ତି ତେବେ ନିୟମ ମାନି ଚଳନ୍ତୁ । ନଚେତ୍‌ ପୁଣି ଥରେ ଲକ୍‌ଡାଉନ୍‌ ଫେରିବ ବୋଲି ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ।