• translate
Prangyan Parimita

News Highlights

  • ରାଜ୍ୟରେ ୨୪ ଘଣ୍ଟାରେ ୧୪୩୭ ସଂକ୍ରମିତ ଚିହ୍ନଟ

  • କ୍ୱାରେଣ୍ଟିନରୁ ୮୩୨; ଲୋକାଲ କେସ୍- ୬୦୫ ଚିହ୍ନଟ

  • ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫କୁ ବୃଦ୍ଧି

  • ଅନୁଗୁଳ- ୪୭, ବାଲେଶ୍ୱର- ୬୪, ବରଗଡ଼- ୮, ଭଦ୍ରକ- ୪୭

ଭୁବନେଶ୍ୱର : ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ । ଉପକୂଳ ଓଡ଼ିଶାର ଦୁଇରୁ ତିନୋଟି ଜିଲ୍ଲାକୁ ଛାଡ଼ି ଅନ୍ୟ ଜିଲ୍ଲା ଗୁଡ଼ିକରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୪୩୭ ନୂତନ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ଅଛନ୍ତି ୬୦୫ ଜଣ । ସବୁଦିନ ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ କରୋନାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନୂଆ ସଂକ୍ରମିତଙ୍କ ମଧ୍ୟରୁ ଆଜି ଅନୁଗୁଳ ଜିଲ୍ଲାରୁ ୪୭, ବାଲେଶ୍ୱର ଜିଲ୍ଲାରୁ ୬୪, ବରଗଡ଼ ଜିଲ୍ଲାରୁ ୮, ଭଦ୍ରକ ଜିଲ୍ଲାରୁ ୪୭, ବଲାଙ୍ଗିର ଜିଲ୍ଳାରୁ ୪, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୧୯୦, ଦେବଗଡ଼ ଜିଲ୍ଲାରୁ ୮,ଢେଙ୍କାନାଳ ଜିଲ୍ଲାରୁ ୨୧, ଗଜପତି ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୮୬,ଯାଜପୁର ଜିଲ୍ଲାରୁ ୬୬, ଝାରସୁଗୁଡ଼ା ଜିଲ୍ଲାରୁ ୫, କଳାହାଣ୍ଡି ଜିଲ୍ଲାରୁ ୬, କନ୍ଧମାଳ ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୧, କେନ୍ଦୁଝର ଜିଲ୍ଲାରୁ ୧୯, ଖୋର୍ଦ୍ଧା ଜିଲ୍ଲାରୁ ୪୦୯, କୋରାପୁଟ ଲ୍ଲାରୁ ୫, ମାଲକାନଗିରି ଜିଲ୍ଲାରୁ ୭, ମୟୂରଭଞ୍ଜ ଜିଲ୍ଲାରୁ ୪୦, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ଼ ଜିଲ୍ଲାରୁ ୩୬,ପୁରୀ ଜିଲ୍ଲାରୁ ୧୪୬, ରାୟଗଡ଼ା ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୧୬, ସୋନପୁର ଜିଲ୍ଲାରୁ ୧୩, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ ଓ ଷ୍ଟେଟ୍ ପୁଲରୁ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫୬୮୨୮ ଜଣ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଛନ୍ତି । ସେହିପରି ରାଜ୍ୟରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ଏଥି ମଧ୍ୟରୁ ୧୫୮୫୮ । ଗତକାଲି ରାଜ୍ୟରେ ୧୮୯୯ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ଟି ନମୁନା ପରୀକ୍ଷା କରାଯାଇଛି ।

ସେପଟେ ଆଜି ରାଜ୍ୟରେ ଆଉ ୬୪ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।  ଭଦ୍ରକ, ଖୋର୍ଦ୍ଧା, କଟକରୁ ୮ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ରୁ ୭ ଲେଖାଏଁ  କେନ୍ଦ୍ରାପଡ଼ାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳ ଓ ନୟାଗଡ଼ରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଂଜରୁ ୨ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି । 
 

Other Stories

  • Dengue Panic
    Health କୋଭିଡ୍ ଭୟ ଦୂର ନହେଉଣୁ, ଘାରିଲାଣି ଡେଙ୍ଗୁ ଡର

    ଭୁବନେଶ୍ୱର ଭଳି କଟକରେ ବଢିଲାଣି ଡେଙ୍ଗୁ ଭୟ। ସହରରେ ୮ ଜଣ ରୋଗୀ ଚିହ୍ନଟ ହୋଇସାରିଥିବାରୁ ଏବେଠୁ ସତର୍କ ନହେଲେ ଆଗକୁ ସ୍ଥିତି ଜଟିଳ ହେବା ଆଶଙ୍କା ବଢିଯାଇଛି। ସମ୍ଭାବ୍ୟ ସ୍ଥିତିରୁ ରକ୍ଷା ପାଇବାକୁ ହେଲେ ସହରରେ...

  • CROREPATI PS
    Crime କୁବେର ବିରଞ୍ଚିଙ୍କ କେଳେଙ୍କାରୀ ପଛରେ ବଡ଼ମୁଣ୍ଡ କିଏ ?

    ଭିଜିଲାନ୍ସ ରେଡ୍ ବେଳେ ବିରଞ୍ଚିଙ୍କ ଘରୁ ନିଯୁକ୍ତି ସମ୍ପର୍କିତ ପରୀକ୍ଷାର ବହୁ ସଂଖ୍ୟକ ଆଡମିଟ କାର୍ଡ ମିଳିବା ପଛର ସମ୍ଭାବ୍ୟ କାରଣ ବି ଦର୍ଶାଇଛନ୍ତି। ଆବେଦନକାରୀ ହିଁ କେବଳ ଆଡ୍‌ମିଟ୍ କାର୍ଡ ଡାଉନଲୋଡ଼ କରିପାରିବେ। ତାହେଲେ ନିଯୁକ୍ତି ଆଳରେ ଆଶାୟୀଙ୍କ...

  • Mukhtar Abbas Naqvi
    National ଦେଶ ପାଳିବ “ମୁସଲିମ ମହିଳା ଅଧିକାର ଦିବସ”

    ଆସନ୍ତାକାଲି ଅଗଷ୍ଟ ୧, ୨୦୨୧ରେ ଦେଶର ବିଭିନ୍ନ ସଂଗଠନ ଦ୍ୱାରା “ମୁସଲିମ ମହିଳା ଅଧିକାର ଦିବସ” ପାଳନ କରାଯିବ। ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୧ରେ ନୂଆଦିଲ୍ଲୀରେ “ମୁସଲିମ ମହିଳା ଅଧିକାର ଦିବସ” ରେ ଆୟୋଜିତ ହେବାକୁ ଥିବା...

  • plus 2 Exam
    Education ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

    ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ । ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ...