• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

News Highlights

  • ରଙ୍ଗିଲା ପୋଲିସ କର୍ମଚାରୀ
  • ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ
  • ବିଧବା ମହିଳାଙ୍କୁ ଧୋକା
  • ଥାନାରେ ମାମଲା ହେଲା ରୁଜୁ

ଯାଜପୁର(ଗୁଲାମ ଗସ୍‌): ପୁଣି ଖାକିରେ ଲାଗିଲା କଳଙ୍କ, ଓଏପିଏଫ କର୍ମଚାରୀଙ୍କ ନାଁରେ ଲଭ ସେକ୍ସ ଧୋକା ଅଭିଯୋଗ ହୋଇଛି। ସୁରକ୍ଷା ଦାୟିତ୍ୱ ବହନ କରୁଥିବା ପୋଲିସ ବିଭାଗର ଜଣେ କର୍ମଚାରୀ ବିଧବା ମହିଳାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏଭଳି ଘଟଣା ଧର୍ମଶାଳା ଥାନା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନା ଅନୁଯାୟୀ ଧର୍ମଶାଳା ଥାନା ଅନ୍ତର୍ଗତ ଦିଗାମ୍ବରପୁର ଗ୍ରାମର ଜଣେ ବିଧବା ମହିଳାଙ୍କ ସହିତ ଓଏପିଏଫ କର୍ମଚାରୀ ଶ୍ୟାମସୁନ୍ଦର କିସ୍କୋଙ୍କ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ଓଏପିଏଫ କର୍ମଚାରୀ ଜଣକ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହିତ ଶାରିରୀକ ସମ୍ପର୍କ ମଧ୍ୟ ରଖିଥିଲେ । ହେଲେ ପରବର୍ତୀ ସମୟରେ ବିବାହ କରିବାକୁ ମନା କରିଦେଇଥିଲେ । ଏପରିକି ଗର୍ଭ ନଷ୍ଟ କରିଥିବା ଅଭିଯୋଗ କରିଛନ୍ତି ।

ପରେ ଏକ ଫାଉଣ୍ଡେସନର ମାଧ୍ୟମରେ ଉଭୟଙ୍କ ମଧ୍ୟରେ ବୁଝାମଣା ହୋଇଥିଲା । ତେବେ ବିବାହରେ ଅରାଜି ହେବାରୁ ଯୁବତୀ ଜଣକ ଏ ସମ୍ପର୍କରେ ଧର୍ମଶାଳା ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଧର୍ମଶାଳା ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଶ୍ୟାମସୁନ୍ଦରଙ୍କୁ ଗିରଫ କରିଥିଲା । ଉଭୟଙ୍କ ଡାକ୍ତରୀମାଇନା କରାଯିବା ସହ ପୀଡିତାର ମାଜିଷ୍ଟ୍ରେଟଙ୍କ ନିକଟରେ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି । ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ପୁଲିସ ସୂଚନା ଦେଇଛି । ଗିରଫ ଓଏପିଏଫ କର୍ମଚାରୀ ଶ୍ୟାମସୁନ୍ଦର କିସ୍କୋଙ୍କ ଘର ସୁକିନ୍ଦା ଥାନା ଅଂଚଳର ହୋଇଥିବା ବେଳେ ଜାରକା ଫାଣ୍ଡିରେ କାର୍ଯ୍ୟ କରୁଥିବା ସମୟରେ ଉକ୍ତ ମହିଳାଙ୍କ ସହ ଦେଖା ସାକ୍ଷାତ ହୋଇଥିଲା । ଏବେ ସେ ପାଣିକୋଇଲିସ୍ଥିତ ପୋଲିସ ମୁଖ୍ୟାଳୟରେ ଓଏପିଏଏଫ ଭାବେ କାର୍ଯ୍ୟ କରୁଥିଲେ । ତେବେ ଏ ସଂପର୍କରେ ପୋଲିସର କୈାଣସି ପ୍ରତିକ୍ରିୟା ମିଳିପାରିନାହିଁ।