• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ଜୁଲାଇ ୩୧ରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ।

  • ୩୧ ତାରିଖ ସଂଧ୍ୟା ୬ଟାରେ ରେଜଲ୍ଟ ପ୍ରକାଶ ପାଇବ ।

  • ଜୁଲାଇ ୩୧ ତାରିଖ ପରେ କଳା ଓ  ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ।

ଭୁବନେଶ୍ୱର: ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ । ୩୧ ତାରିଖ ସଂଧ୍ୟା ୬ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜୁଲାଇ ୩୧ ତାରିଖ ପରେ କଳା ଓ  ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରାଯିବ । ଏଥିପାଇଁ ଅନୁମତି ନିମନ୍ତେ ସୁପ୍ରିମକୋର୍ଟରେ ସ୍ୱତନ୍ତ୍ର ପିଟିସନ ଦାୟର କରାଯାଇଛି । ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ ।

ଚଳିତ ବର୍ଷ କୋରନା କଟକଣା ପାଇଁ ଯୁକ୍ତଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି । ତେଣୁ ବିକଳ୍ପ ମୂଲ୍ୟାନୟ ପଦ୍ଧତିରେ ଏ ବର୍ଷ ରାଜ୍ୟର ସାଢେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।

+୨ ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ CHSE ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା । ଏକ୍ସପର୍ଟ କମିଟି ଦେଇଥିବା ଭିତ୍ତି ଅନୁଯାୟୀ, ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି । ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ୍‌ ଭିତ୍ତିରେ ହେବ । ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେ ହେବ । ପୂର୍ବଥର +୨ ପରୀକ୍ଷା ଦେଇଥିଲେ ପାସ୍ କରିଥିବା ବିଷୟ ଭିତ୍ତିରେ ମାର୍କିଂ ହେବ । ଏହାସହ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନ ବେଳେ ପ୍ରାକ୍ଟିକାଲ୍ ବା ପ୍ରୋଜେକ୍ଟକୁ ମଧ୍ୟ ହିସାବକୁ ନିଆଯିବ । ତେବେ ରେଜଲ୍ଟ ବାହାରିବା ପରେ ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନହେବେ, ସେମାନେ ପରେ ପରୀକ୍ଷା ଦେଇପାରିବେ । ପରିସ୍ଥିତି ସ୍ୱାଭାବିକ ହେଲା ପରେ ସେମାନେ ଅଫଲାଇନରେ ପରୀକ୍ଷା ଦେଇପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।