• translate
Prangyan Parimita

News Highlights

  • ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତାଳଧ୍ୱଜ, ଦର୍ପଦଳନ, ନନ୍ଦିଘୋଷ ରଥ

  • ନବଦିନାତ୍ମକ ଯାତ୍ରାରେ ରତ୍ନବେଦୀରୁ ବାହାରିଛନ୍ତି ତିନି ଠାକୁର

  • ଏବର୍ଷ ମଧ୍ୟ ବିନା ଭକ୍ତରେ ରଥ ଟାଣିଲେ ସେବାୟତ

ପୁରୀ : ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ । ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ । ଭାଉ ଭଉଣୀଙ୍କୁ ଧରି ମାଉସୀ ମା’ ଘରେ ପହଞ୍ଚିଲେ କାଳିଆ ଠାକୁର । ତାଲଧ୍ୱଜ, ଦର୍ପଦଳନ ପରେ ଶେଷରେ ପହଞ୍ଚିଲା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ବିନା ଭକ୍ତରେ ତିନି ରଥକୁ ଟାଣି ଟାଣି ମାଉସୀ ଘର ନେଲେ ସେବାୟତ । କୋଭିଡ୍ କଟକଣା ଯୋଗୁଁ ଦିବ୍ୟସେବାରୁ ବଂଚିତ ହେଲେ ଭକ୍ତ । ନିର୍ଦ୍ଧାରିତ ସମୟର ୩ ଘଣ୍ଟା ଆଗରୁ ଆଜି ଆରମ୍ଭ ହୋଇଥିଲା ରଥଟଣା ।

ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା । ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଚତୁର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିରରୁ ବାହାରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିଛନ୍ତି । ସକାଳେ ପାରମ୍ପରିକ ରୀତିନୀତି ସମାପନ ପରେ ପହଣ୍ଡି ଆରମ୍ଭ ହୋଇଥିଲା । ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ମହାପ୍ରଭୁ ବଡ଼ ଦାଣ୍ଡରେ ସିଂହଦ୍ୱାର ସାମନାରେ ଥିବା ରଥକୁ ବିଜେ କରିଥିଲେ । ଏହାପରେ ବଡ଼ ଠାକୁର ବଳଭଦ୍ର ପହଣ୍ଡିରେ ଆସିଥିଲେ ପରେ ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶେଷରେ ମହାପ୍ରଭୁ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ବିଜେ ହୋଇଥିଲା ।

ମହାପ୍ରଭୁ ୨୨ ପାହାଚ ଅତିକ୍ରମ କରି ନନ୍ଦିଘୋଷକୁ ଆସିଥିଲେ । ପରେ ପରେ ମଦନମୋହନ ବିଜେ ଓ ଚିତାଲାଗି ସମାପନ ହୋଇଥିଲା ଚତୁର୍ଦ୍ଧା ମୂର୍ତ୍ତି ରଥାରୁଢ଼ ହେବା ପରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଆସି ଦର୍ଶନ କରିଥିଲେ । ପରେ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆସି ତିନି ରଥରେ ଛେରାପହଁରା କରିଥିଲେ । ମହାରାଜା ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ପରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ଓ ଶେଷରେ ମାଆ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଛେରାପହରାଁ କରିଥିଲେ ।

Other Stories