• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୧ ତାରିଖ, ଶୁକ୍ରବାର, କନ୍ୟା ୧୫ ଦିନ ଆଶ୍ୱିନ ମାସ କୃଷ୍ଣପକ୍ଷ ଦଶମୀ ତିଥି ପୂଷ୍ୟା ନକ୍ଷତ୍ର କର୍କଟ ଚନ୍ଦ୍ର , ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ - ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହୋଇପାରିବେ ।

ପ୍ରତିକାର- ୨୭ ଥର ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ବୃଷ - ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ ।

ପ୍ରତିକାର- ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ

ମିଥୁନ - ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିପାରନ୍ତି । ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିପାରିବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।

ପ୍ରତିକାର- କିଛି ଦୁବ ଘାସ ଗାଈକୁ ଖାଇବାକୁ ଦିଅନ୍ତୁ

କର୍କଟ - ଆଜି ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇପାରନ୍ତି । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହୋଇପାରନ୍ତି । ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ରହିଛି ।

ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ

ସିଂହ - ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହୋଇପାରେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶରୀର ସୁସ୍ଥ ରହିବା ସହ ବ୍ୟବସାୟ କିମ୍ବା ପରିବହନରେ ଲାଭବାନ ହେବାର ସମ୍ଭାବନା ରହିଛି ।

ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ

କନ୍ୟା - ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିପାରେ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତ୍ସଙ୍ଗ ଓ ଧର୍ମ ଚର୍ଚ୍ଚା ଦିଗରେ ମନୋନିବେଶ କରିପାରିବେ ।

ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ

ତୁଳା -ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇପାରିବେ । ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହୋଇପାରନ୍ତି । କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ । ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିପାରନ୍ତି ।

ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ

ବିଛା- ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବା ସହ ଯେକୌଣସିମତେ ଅର୍ଥ ରୋଜଗାରର ହେବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନ ଶୁଭ ପ୍ରଦ ହୋଇପାରେ । ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହୋଇପାରନ୍ତି ।

ପ୍ରତିକାର- ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ

ଧନୁ- ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନାହିଁ । କର୍ମ କ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ ।

ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ

ମକର -କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପୁରାତନ ରୋଗର ଉପସମ ହେବ ଋଣ ଓ ପରୋକ୍ଷ ଶତ୍ରୃତା ଯୋଗୁ ମନ ଭଲ ରହି ନ ପାରେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର-ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ

କୁମ୍ଭ –କର୍ମ କ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିପାରନ୍ତି । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ

ମୀନ - ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିପାରେ । ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ