• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି୨୦୨୧ ମସିହା, ଅକ୍ଟୋବର ମାସ, ୨୨ ତାରିଖ, ଶୁକ୍ରବାର, ତୁଳା୬ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଦ୍ୱିତୀୟା ତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:- ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବାର ସମ୍ଭାବନା ନାହିଁ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

ବୃଷ:- ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିପାରିବେ । କାମ କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିପାରିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହୋଇପାରିବେ ।

ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ

 

ମିଥୁନ:- ଶତ୍ରୃହାନୀ, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ହୋଇପାରେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇପାରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିପାରିବେ ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

 

କର୍କଟ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିପାରିବ । ଅନେକ ସମସ୍ୟାର ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇପାରିବେ । କର୍ମ କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ସହ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିପାରନ୍ତି ।

ପ୍ରତିକାର-ଶ୍ୱେତ ଚନ୍ଦନରେ କର୍ପୁର ମିଶାଇ ମସ୍ତକରେ ଧାରଣ କରନ୍ତୁ

 

ସିଂହ:- ଶତ୍ରୃ ମାନେ ଦୂରେଇ ଯିବେ ଓ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ରହିଛି । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେଇପାରିବେ ।

ପ୍ରତିକାର:-କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:- ସରକାରୀ ଚାପ ପଡିଲେ ମଧ୍ୟ ଅନେକ କ୍ଷେତ୍ରରେ ସଫଳତା ମିଳିପାରିବ । କର୍ମ କ୍ଷେତ୍ରରେ ଦାୟିତ୍ୱ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି । ଔଷଧ ଓ ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇପାରିବେ ।

ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

ତୁଳା:- ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରିବେ । ଶତ୍ରୃ ମାନେ ଦୂରେଇଯିବେ ଓ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହୋଇପାରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇପାରନ୍ତି ।

ପ୍ରତିକାର- ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ

 

ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ସମସ୍ତ କ୍ଷେତ୍ରରେ ଖୁସି ମିଳିପାରିବ । ବିଦ୍ୟାକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇପାରନ୍ତି । ପାରିବାରିକ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିପାରନ୍ତି ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

ଧନୁ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିପାରିବ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

ମକର:- କର୍ମ କ୍ଷେତ୍ରରେ ପଦୋନ୍ନତି ସହଜ ସରଳରେ ହୋଇ ପାରିବ । ଶତ୍ରୃଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିପାରିବେ । ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିପାରିବ ।

ପ୍ରତିକାର-ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

 

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜଳ ହୋଇପାରିବ । ଶତ୍ରୃ ନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇପାରିବେ । ଶାରୀରିକ ଅସୁସ୍ଥତା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିପାରିବ ।

ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ

 

ମୀନ:- ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେଇପାରନ୍ତି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିପାରିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବାର ଆଶା ଅଛି ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ