• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଆଜି ୨୦୨୧ ମସିହା, ସେପ୍ଟେମ୍ବର ମାସ ୨୩ ତାରିଖ, ଗୁରୁବାର, କନ୍ୟା ୭ ଦିନ, ଆଶ୍ୱିନମାସ, କୃଷ୍ଣପକ୍ଷ ତୃତୀୟାତିଥି, ଅଶ୍ୱିନୀ ନକ୍ଷତ୍ର।

 ମେଷରାଶିରେ ଚନ୍ଦ୍ର, ତୁଳା, କୁମ୍ଭ ରାଶିର ଘାତବାର,ମେଷ ରାଶିର ଘାତଚନ୍ଦ୍ର।

ମେଷ:- ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବାର ସମ୍ଭାବନା ରହିଛି । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ନହୋଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଉପୁଜି ପାରେ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ସରକାରୀ କର୍ମଚାରୀମାନେ ନିଜ କାର୍ଯ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇପାରନ୍ତି । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହୋଇପାରେ ଓ ଦୂରଯାତ୍ରା କରି ସଫଳତା ପାଇପାରିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ କରିପାରନ୍ତି ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:- ଦୂର ଯାତ୍ରାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କର୍ମକ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ପଦୋନ୍ନତିର ସମ୍ଭାବନା ରହିଛି । ଛାତ୍ରଛାତ୍ରୀମାନେ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

କର୍କଟ:- ଶତ୍ରୃ ହାନୀ, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି ହୋଇପାରେ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖା ଦେଇପାରେ । ପରୀକ୍ଷା, ପ୍ରତିଯୋଗିତାରେ ଜୟଯୁକ୍ତ ହୋଇ ଉଚ୍ଚ ଆଶାରେ ଆଗେଇପାରନ୍ତି ।

ପ୍ରତିକାର- ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

ସିଂହ:- ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହୋଇପାରନ୍ତି । ବ୍ୟବସାୟିମାନେ ନୂତନ ପନ୍ଥା ଅନୁସରଣ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବାର ସମ୍ଭାବନା ରହିଛି । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରନ୍ତି ।

ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା:- ଆପଣା ଲୋକଙ୍କ ସାହାଯ୍ୟ ଦ୍ୱାରା ପାରିବାରିକ ଜୀବନ ସୁଧାରି ପାଇପାରନ୍ତି । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହୋଇପାରନ୍ତି । ପ୍ରତିଯୋଗିତା ପରୀକ୍ଷାରେ ଯଶ ସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର: -ଅଶ୍ୱତ୍‌ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ତୁଳା:- ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇପାରନ୍ତି । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇପାରିବେ । ଟଙ୍କାପଇସା କାରବାର ବିଷୟରେ ସାବଧାନ ରୁହନ୍ତୁ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବିଚ୍ଛା:- ଦୂରଯାତ୍ରାର ସୁଯୋଗ ପାଇ ଉତ୍ସାହିତ ହେବେ ଓ ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇପାରନ୍ତି । ଶତ୍ରୃ ବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ମିଳିପାରେ ।

ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ

ଧନୁ:- ରାଜକୀୟ ମାମଲାରେ ସଫଳତା ମିଳିବା ଫଳରେ ଉଚ୍ଚସମ୍ପର୍କରୁ ଲାଭବାନ ହୋଇପାରନ୍ତି । କର୍ମ କ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିପାରନ୍ତି । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣାର ସମାଧାନ ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ ।

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ମକର:- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହୋଇପାରେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିପାରନ୍ତି । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଜନସମ୍ପର୍କ ସୁଦୃଢ ହୋଇପାରେ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

କୁମ୍ଭ:-ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ୱାରା ହୋଇପାରୁ ନଥିବା କାମକୁ କରି ପାରନ୍ତି । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରୁହନ୍ତୁ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:- ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ରୋଜଗାରରେ ଉନ୍ନତି ହୋଇପାରେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ ଓ ବିଗିଡିଥିବା କାମଟିକୁ ସଜାଡି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହୋଇପାରେ ।

ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ