• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

୨୦୨୧ ମସିହା, ନଭେମ୍ବର ମାସ ୨୪ ତାରିଖ, ବୁଧବାର, ବିଛା ୯ ଦିନ, ମାର୍ଗଶୀର ମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ମେଷ:- କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ଓ ବରିଷ୍ଠ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ।  ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍ ମନେ କରି ପାଠପଢାରେ ମନଯୋଗ ଦେବେ। 
ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ
 

ବୃଷ:- ଧୈର୍ଯ୍ୟ ସାହସ ଦ୍ୱାରା ହୋଇ ପାରୁନଥିବା କାମକୁ ପୂରଣ କରି ପାରିବେ। ସହକର୍ମୀଙ୍କ ଦ୍ୱାରା ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ। 
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ମିଥୁନ:- ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିପାରେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। 
ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ରଖି ପ୍ରଣାମ କରନ୍ତୁ

କର୍କଟ:- କର୍ମକ୍ଷେତ୍ରରେ ନିଜର କ୍ଷମତା ଓ ଯୋଗ୍ୟତାକୁ ଉପଯୋଗ କରିବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିପାରେ।
ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:- ଶରୀର ସୁସ୍ଥ ରହିବା ସହପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମର ଫଳ ପାଇପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। 
ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:- ସମସ୍ତ ଫଇସଲା ଓ ର୍ନିଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ।
ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସାମାନ୍ୟ ପରିଶ୍ରମ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। 
ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ବିଛା:- ଶିକ୍ଷାକ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟରେ ଆକସ୍ମିକ ଅର୍ଥ ପ୍ରାପ୍ତିର ସୁଯୋଗ ଆସିପାରେ। ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟ ଭାଜନ ହେବେ। 
ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ଧନୁ:- ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ ଓ ବ୍ୟବସାୟରେ ସଫଳତା ଅର୍ଜନ କରିବେ। କଳା, ସାହିତ୍ୟ,ଚଳଚ୍ଚିତ୍ର ଓ ସଂଗୀତ ଇତ୍ୟାଦି କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। 
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ 

ମକର:- ଶାରିରୀକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ଶତ୍ରୁମାନେ ଦୂରେଇ ଯିବେ ଓ ସରକାରୀ କାମରେ ସଫଳତା ମିଳିପାରେ। ଅଧିକ ରୋଜଗାରର ବାଟଦେଖା ଯିବା ସହ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। 
ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କୁମ୍ଭ:- ବ୍ୟବସାୟ କ୍ଷେତ୍ରରେ ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ହୋଇପାରେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହୋଇପାରେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। 
ପ୍ରତିକାର- ମହୁ ଟିକେ ଖାଇ ଘରୁ ବାହାରନ୍ତୁ

ମୀନ:-ସୁଖ ସମୃଦ୍ଧି ବୃଦ୍ଧି ପ୍ରାପ୍ତ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରି ପ୍ରଶଂସା ପାଇବେ। ବନ୍ଧୁଙ୍କ ସହଯୋଗ, ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। 
ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ