• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

୨୦୨୧ ମସିହା, ନଭେମ୍ବର ମାସ ୨୫ ତାରିଖ, ଗୁରୁବାର, ବିଛା ୧୦ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ମେଷ:- ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ଶତ୍ରୁମାନେ ଦୂରେଇ ଯିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଯା’ଆସ କରନ୍ତୁ।
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। କାର୍ଯ୍ୟକ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ।

ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ

ମିଥୁନ:- ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଶରୀର ସୁସ୍ଥ ରହିବ। ଶତ୍ରୁ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇପାରନ୍ତି। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:- ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ମାନସମ୍ମାନ ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖା ଦେବ।
ପ୍ରତିକାର- ମଥାରେ ଶ୍ୱେତ ଚନ୍ଦନର ଟିକା ନିଶ୍ଚିନ୍ତ ଲଗାନ୍ତୁ

ସିଂହ:- କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟବସାୟରେ ବିଶେଷ ଲାଭ ପାଇପାରନ୍ତି।
ପ୍ରତିକାର:- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

କନ୍ୟା:- ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ତୁଳା:- ସନ୍ତାନ ସନ୍ତତିଙ୍କ ପକ୍ଷରୁ ଆଶାବାଦୀ ହେବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂର ହେବ। ବିଦ୍ୟାର୍ଥୀମାନେ ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ।
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବିଛା:-ସାମାଜିକ କାର୍ଯ୍ୟରେ ଭାଗ ନେଇ ଲୋକ ସମ୍ପର୍କ ବୃଦ୍ଧି ହେବ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରିବେ। କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ମନ ଖୁସି ରହିବ। 
ପ୍ରତିକାର- ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ଧନୁ:- ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି ଶୁଭକାମ କରି ପ୍ରଶଂସିତ ହେବେ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପାରନ୍ତି।
ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦା ନ୍ତସଫା ରଖନ୍ତୁ

ମକର:- ଶରୀର ଓ ମନ ଭଲ ରହିବା ସହ ବିଦେଶ ଯାତ୍ରାରେ ସଫଳ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ବିଶେଷ ଉପକୃତ ହେବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେବେ।
ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କୁମ୍ଭ:- ସାମାଜିକ କାର୍ଯ୍ୟରେ ଯୋଗ ଦାନ କରିବେ ଓ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।
ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:- ବ୍ୟବସାୟରେ ଲାଭ ହୋଇପାରେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ।
ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ