• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୧ ମସିହା, ନଭେମ୍ବର ମାସ ୩୦ ତାରିଖ, ମଙ୍ଗଳବାର, ବିଛା ୧୫ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ହସ୍ତାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର, ମକର ରାଶିର ଘାତବାର, ବୃଷ ରାଶିର ଘାତଚନ୍ଦ୍ର, ଶିମ୍ବ, ଆମିଷ ନ ଖାଇଲେ ଭଲ, ପର୍ବଦିନ-ଆଜି ଉତ୍ପନା ଏକାଦଶୀ ।ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

  • ମେଷ:- ବ୍ୟକ୍ତି ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିପାରିବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତି ଲାଭ କରିପାରନ୍ତି । ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ୱରାନ୍ୱିତ ହୋଇପାରେ ।

ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ

  • ବୃଷ:- ନୂଆ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ କରିପାରନ୍ତି । ଅଧିକ ପରିଶ୍ରମ କରି ବ୍ୟବସାୟରେ ଉଚିତ୍ ଲାଭ ପାଇପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

  • ମିଥୁନ:- ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିପାରିବ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିପାରେ । ଧନ ସମ୍ପତ୍ତିରେ ଅଭିବୃଦ୍ଧି ତଥା ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିପାରେ ।

ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

  • କର୍କଟ:- ଶିକ୍ଷାକ୍ଷେତ୍ରରେ ଧର୍ଯ୍ୟ ଓ ସହନ ଶୀଳତା କାଏମ ରହିପାରିବ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିପାରନ୍ତି । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହୋଇପାରେ ।

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

  • ସିଂହ:- ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭ ହୋଇପାରିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇପାରନ୍ତି ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

  • କନ୍ୟା:- ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବାର ଆଶା ଅଛି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିପାରେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ମିଳିପାରେ ।

ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ

  • ତୁଳା:- ସରକାରୀ କାମରେ ସଫଳତା ମିଳିପାରେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯାଇପାରେ । କର୍ମ କ୍ଷେତ୍ରରେ ଆତ୍ମର୍ନିଭର ଶୀଳ ହେବେ ଓ ମାନସିକ ଶାନ୍ତି ଅନୁଭବ କରିପାରନ୍ତି ।

ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

  • ବିଚ୍ଛା:- ସାଂସାରିକ ଜୀବନରେ ମହପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧି ପାଇପାରେ । କର୍ମ କ୍ଷେତ୍ରରେ ସମ୍ମାନ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହୋଇପାରେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିପାରିବ ।

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

  • ଧନୁ:- ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହୋଇପାରେ । ଶତ୍ରୁ ମାନେ ଦୂରେଇ ଯିବେ ଓ ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିପାରିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇପାରେ ।

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

  • ମକର:- ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିପାରିବେ ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

  • କୁମ୍ଭ:- ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହୋଇପାରିବେ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇପାରେ । କିନ୍ତୁ କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରନ୍ତୁ ।

ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

  • ମୀନ:- ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇପାରେ । ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବାର ସମ୍ଭାବନା ରହିଛି ।

ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ