• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

୨୦୨୧ ମସିହା, ଅକ୍ଟୋବର ମାସ ୩୦ ତାରିଖ, ଶନିବାର, ତୁଳା୧୨ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ,ସପ୍ତମୀତିଥି, ପୁନର୍ବସୁ ନକ୍ଷତ୍ର । ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ମେଷ:- ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସି ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହୋଇପରିବ ।

ପ୍ରତିକାର:- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:- ସନ୍ତାନ ସନ୍ତତିଙ୍କ ଇଚ୍ଛା ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନ ପାଇବାର ରାସ୍ତା ଖୋଲିଯିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:- ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ କମିଶନ କାର୍ଯ୍ୟରେ ବିଶେଷ ଲାଭ ପାଇବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହୋଇପାରିବ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:- ଶତୃମାନେ ଦୂରେଇ ଯିବେ ଓ କର୍ମକ୍ଷେତ୍ରରେ ଶୁଭ ସମାଚାର ମିଳିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା ହେଲେ ଆଗେଇ ନେବା ଉଚିତ୍ ।

ପ୍ରତିକାର:- ମଥାରେ ଶେତଚନ୍ଦନର ଟିକା ଲଗାନ୍ତୁ ।

ସିଂହ:- ସାମାଜିକ ପତିଆରା ଅମଳିନ ରହିବା ସହ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:- ସନ୍ତାନଙ୍କର ଉନ୍ନତିରେ ଖୁସି ହେବା ସହ ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇପାରେ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:- ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ପ୍ରତିକାର-ମସ୍ତକରେ ଶ୍ୱେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ବିଚ୍ଛା:- ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ । ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:- ପାରିବାରିକ କ୍ଷେତ୍ରରେ ର୍ଧଯ୍ୟ ଓ ସହନ ଶୀଳତା କାଏମ ରହିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:- ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହୋଇଯିବେ ।

ପ୍ରତିକାର- ମୟୁର ଚନ୍ଦ୍ରିକାଟିଏ ସର୍ବଦା ପାଖରେ ରଖନ୍ତୁ ।

କୁମ୍ଭ:- ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ । କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିପାରେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ ।

ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:- ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର କେତେକ ସମସ୍ୟା ସମାଧାନ ହୋଇଯିବ

ର୍ନିମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ ।

ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ