• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି୨୦୨୧ ମସିହା, ଅକ୍ଟୋବର ମାସ, ୩୧ ତାରିଖ, ରବିବାର, ତୁଳା ୧୫ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ,ଦଶମୀତିଥି, ମଘାନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:-ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହୋଇପାରିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

ବୃଷ:- ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପ୍ରାୟକାର୍ଯ୍ୟ ପୂରଣ ହୋଇପାରିବ । ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବା ସହ ପରିଶ୍ରମର ପୁରା ଲାଭ ମିଳିପାରିବ ।

ପ୍ରତିକାର:-କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

 

ମିଥୁନ:- କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିପାରିବ । ଦୂରଯାତ୍ରାରେ ସଫଳତା ଅର୍ଜନ କରିବେ ଓ ମାନସିକ ସୁସ୍ଥତା ଅନୁଭବ କରି ପାରନ୍ତି । ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ୱାରା ଆଶାତୀତ ଲାଭ ମିଳିପାରିବ ।

ପ୍ରତିକାର:-ଗଙ୍ଗା ଜଳ ଟିକେ ସେବନ କରନ୍ତୁ

କର୍କଟ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆନନ୍ଦିତ ହୋଇପାରନ୍ତି । ସାମୁହିକ ଗତିବିଧି ଦ୍ୱାରା ସଫଳତା ହାସଲ କରିପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

ସିଂହ:-ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇପାରିବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ଅନେକ ଦିଗରୁ ଖୁସି ମିଳିପାରିବ ।

ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ

 

କନ୍ୟା:- ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ହୋଇପାରିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇପାରିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ନୂଆ ଯୋଜନାରେ ସଫଳ ହୋଇପାରିବେ ।

ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ

 

ତୁଳା:- ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହୋଇପାରିବ । ଦୂର ଯାତ୍ରାର ସୁଯୋଗ ପାଇ ଆର୍ଥିକ ମାମଲାରେ ସ୍ଥାୟିତ୍ୱ ଆସିପାରିବ । ଅଧା ଅଧୁରା ଥିବା କାର୍ଯ୍ୟ ପୂରଣ ହେବା ସହ ନୂତନ କାର୍ଯ୍ୟ କିଛି ଶୁଭାରମ୍ଭ କରିପାରନ୍ତି ।

ପ୍ରତିକାର- ମାଆ,ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

 

ବିଚ୍ଛା:- ସମସ୍ତ କ୍ଷେତ୍ରରେ ଖୁସି ମିଳିବା ସହ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିପାରିବେ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିପାରିବେ । ଛାତ୍ର ଛାତ୍ରୀମାନେ ପାଠ ପାରେ ମନଯୋଗ ଦେବେ ।

ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ

 

ଧନୁ:- ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିପାରିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେଇପାରିବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିପାରିବ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

 

ମକର:- ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବାର ସମ୍ଭାବନା ରହିଛି । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧି ହୋଇପାରିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

କୁମ୍ଭ:- ଶାରୀରିକ ପୀଡା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିପାରିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହୋଇପାରିବେ ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

 

ମୀନ:- ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇପାରିବେ । ଦୁଃସାହସିକ ପଦକ୍ଷେପ ନେଇ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହୋଇପାରିବେ । ଆକସ୍ମିକ ଅର୍ଥ ଲାଭ, ନୂତନ ବନ୍ଧୁଲାଭ, ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିବ ।

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ