• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଆଜି ଆପଣଙ୍କ ଭାଗ୍ୟ କଣ ରହିଛି । 

ମେଷ:
ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି ।
ବନ୍ଧୁମାନଙ୍କ କଥାବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ ।
ର୍ନିଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି, ବିଳମ୍ବରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।
ପ୍ରତିକାର- କିଛି ମହୁ ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ ।

ବୃଷ
ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ ।
ର୍ନିମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । 
ଆଲୋଚନା ପରିସରରେ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।
ପ୍ରତିକାର- ଅଶ୍ୱତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ ।

ମିଥୁନ
ଆଜି ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ ।
ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ ।
କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ କାର୍ଯ୍ୟ କରୁଥିଲେ ପୂର୍ବର ସମସ୍ୟା ସମାଧାନ ହୋଇଯିବ ।
ପ୍ରତିକାର- ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ । 

କର୍କଟ
ଆଜି ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ  ହୋଇପଡିବେ ।
ମତପାର୍ଥକ୍ୟ ଜନିତ ବାକ୍ ବିତଣ୍ଡା ସୃଷ୍ଟି ହେବାର ସମ୍ଭାବନା ରହିଛି ।
ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । 
ପ୍ରତିକାର- ଓମ ନମଃ ଶିବାୟ ମନ୍ତ୍ରକୁ ଆଜି ୧୦୮ଥର ଜପ କରନ୍ତୁ ।

ସିଂହ
ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ ।
ପାରିବାରିକ ଜୀବନରେ ଖଳଲୋକଙ୍କ କାନ କୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ । 
ଗୁରୁତ୍ୱପୂର୍ଣ୍ଣ କାମ ଗୁଡିକ ର୍ନିଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । 
ପ୍ରତିକାର-ସୂର୍ଯ୍ୟଙ୍କୁ ସାତ ଆଞ୍ଜୁଳା ଜଳ ପ୍ରଦାନ କରନ୍ତୁ ।

କନ୍ୟା
ଆଜି କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖା ଦେବ । 
ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ ।
ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖା ଦେଇପାରେ, ମହିଳାମାନେ ପ୍ରଶଂସନୀୟ ହେବେ ।
ପ୍ରତିକାର- ତୁଳସୀ ମୂଳେ ଜଳ ପ୍ରଦାନ କରନ୍ତୁ ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।

ତୁଳା
ଆଜି ପୂର୍ବର ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ । 
କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ । ସେଥିରେ ସଫଳ ହେବେ ।
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଯାହାକି ସାମୟିକ ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ ।
ପ୍ରତିକାର- ଧଳା ରଙ୍ଗର ରୁମାଲ ବ୍ୟବହାର କରନ୍ତୁ ।

ବିଛା
ଆଜି କାର୍ଯ୍ୟସିଦ୍ଧି ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ, ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ ।
ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ର୍ନିମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ ।
ଉପରିସ୍ଥ କର୍ମଚାରୀଙ୍କ ଆଦେଶାନୁସାରେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ, ପିତାମାତାଙ୍କ ଆର୍ଶ୍ରିବାଦ ଆପଣଙ୍କୁ ସହାୟ ହେବ ।
ପ୍ରତିକାର- ହନୁମାନଙ୍କୁ ଦର୍ଶନ କରନ୍ତୁ, ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ ।

ଧନୁ
ଆଜି କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସନୀୟ ହେବେ, ପରୋକ୍ଷ ଶତ୍ରୁତା କାରଣରୁ ଅପରାହ୍ନରେ ମନ ଭାରାକ୍ରାନ୍ତ ରହିବ ।
କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ ।
ସମସ୍ତ କାର୍ଯ୍ୟରେ ସାହାଯ୍ୟ ଓ ସହଯୋଗ ପାଇବେ । କ୍ରୀଡା, କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିପାରେ ।
ପ୍ରତିକାର- ଗାଈକୁ କିଛି ଗୁଡ ଖାଇବାକୁ ଦିଅନ୍ତୁ ।

ମକର
ଆଜି ଯଗିରଖି ଚଳନ୍ତୁ । କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ ।
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।
ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ । 
ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ । 
ପ୍ରତିକାର- ସାତଟି ନୀଳ ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ ।

କୁମ୍ଭ
ଆଜି ଆପଣଙ୍କର ଦିନ ଖୁବ୍ ଭଲରେ କଟିବ । ବକେୟା ପ୍ରାପ୍ୟ ମିଳିବ । ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।
ବିବାଦରେ ନୂଆ ମୋଡ଼ ଦେଖାଦେବ । ପୂର୍ବର ସମସ୍ୟା ସମାଧାନ ହୋଇଯିବ ।
ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନ ନେବା ସହ ସମ୍ମାନ ପ୍ରାପ୍ତି ହେବେ । ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି ।
ପ୍ରତିକାର-କୈଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

ମୀନ
ଆଜି ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ହିଁ ବିଜୟ ଲାଭ କରିବେ ।
ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ ।
ବନ୍ଧୁଙ୍କ ମିଥ୍ୟାଭିଯୋଗ ସକାଶେ ମାନସିକ ସ୍ତରରେ କ୍ରୋଧାନ୍ୱିତ ହୋଇପାରନ୍ତି ।
ପ୍ରତିକାର- ମା ଦୁର୍ଗାଙ୍କୁ ପୂଜାର୍ଚ୍ଚନା କରିବା ସହ ଘୃତ ଦୀପ ଟିଏ ପ୍ରଦାନ କରନ୍ତୁ ।