• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆଜି ହେଉଛି ୨୦୨୧ ମସିହା ଅକ୍ଟୋବର ୬ ରିଖ ବୁଧବାର । କନ୍ୟା ୨୦ ଦିନ, ଆଶ୍ୱିନ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥି ହସ୍ତା ନକ୍ଷତ୍ର । ଆଜିର ନିଷେଧ ଖାଦ୍ୟ: ଆମିଷ । ଆଜି ମହାଳୟା ଶ୍ରାଦ୍ଧ ଓ ନବରାତ୍ରୀ ପୂଜାରମ୍ଭ ।

 

ମେଷ:-

ଆଜି ସାଧାରଣ କଥାକୁ ବଡ଼ କରି ନିକଟସ୍ଥ କେହି ଜଣେ ବ୍ୟକ୍ତି କଳହ ସୃଷ୍ଟି କରିପାରେ । ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେଇପାରେ । ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବାର ସମ୍ଭାବନା ରହିଛି ।

ପ୍ରତିକାର-: ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ

 

ବୃଷ:-

ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିପାରେ । ବିଭିନ୍ନ ପ୍ରକାର ବ୍ୟବସାୟ କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି । ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବାର ସମ୍ଭାବନା ରହିଛି ।

ପ୍ରତିକାର-: ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ

 

ମିଥୁନ:-

ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ । ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରନ୍ତି । ମାଲିମକଦ୍ଦମା,ଜମିଜମା ସମସ୍ୟା, ଦୂର ହେବାର ସମ୍ଭାବନା ରହିଛି ।

ପ୍ରତିକାର-: ନୃସିଂହ କବଚ ପାଠ କରନ୍ତୁ

 

 

କର୍କଟ:-

ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଦୂରସ୍ଥାନକୁ ଯାତ୍ରା, ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ । ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହ ଦେଖାଦେଇପାରେ ।

ପ୍ରତିକାର-: ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ

 

ସିଂହ:-

ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିପାରନ୍ତି । ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ । ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ସନ ଲାଗି ରହିବ ।

ପ୍ରତିକାର-: ଲାଲ୍ ଫୁଲ ଲାଲ ଚନ୍ଦନ ପ୍ରଭୁ ଗଣେଶଙ୍କୁ ଚଢାନ୍ତୁ

 

କନ୍ୟା:-

ଆଜି ବନ୍ଧୁଙ୍କ ସହ ମନାନ୍ତର କାରଣରୁ ମନ ଭାରାକ୍ରାନ୍ତ ରହିବ । କୌଣସି କାମରେ ମନ ଲାଗିବ ନାହିଁ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର-: ପ୍ରବେଶ ଦ୍ୱାରର ଡାହାଣ ପଟେ ପୂର୍ଣ୍ଣ କୁମ୍ଭ ଟିଏ ସ୍ଥାପନ କରି ତାକୁ ଦର୍ଶନ କରନ୍ତୁ

 

ତୁଳା:-

ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅସମ୍ଭବ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । ପାରିବାରିକ ଜୀବନରେ ସୁଖ ଶାନ୍ତି ମିଳିବ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବାର ସମ୍ଭାବନା ରହିଛି । 

ପ୍ରତିକାର-:ଅରୁଆ ଚାଉଳ କଳାବିରି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ

 

ବିଛା:-

ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବାର ସମ୍ଭାବନା ରହିଛି । ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କିଛିଟା ସାମୟିକ ସମସ୍ୟା ଦେଖାଦେଇପାରେ । କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ ।

ପ୍ରତିକାର-: ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ପ୍ରଭୁଙ୍କୁ ଦର୍ଶନ କରି ଯାତ୍ରା କରନ୍ତୁ

 

ଧନୁ:-

ଆଜି ବନ୍ଧୁଙ୍କ ସହ ଦୂର ଯାତ୍ରା କରିପାରନ୍ତି । ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ଦେଖାଦେବ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିପାରେ । ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶି ଯାଇପାରନ୍ତି ।

ପ୍ରତିକାର-: ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ

 

ମକର:-

ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିପାରେ । ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବାର ସମ୍ଭାବନା ରହିଛି । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସମ୍ଭାବନା । ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର-: ଶିବ ଦର୍ଶନ କରିବା ସହିତ ସାତଟି ତ୍ରିଶାଖା ବେଲ ପତ୍ର ମହା ମୃତ୍ୟୁଞ୍ଜୟ ମନ୍ତ୍ରରେ ଶିବଲିଙ୍ଗ ଉପରେ ଚଢାନ୍ତୁ

 

କୁମ୍ଭ:-

ଆଜି ଅର୍ଥ, ମାନ ସମ୍ମାନ ଓ ପ୍ରତିଷ୍ଠା ମିଳିବ ବିଳାସବ୍ୟସନରେ ଦିନଟି କାଟିପାରନ୍ତି । ବହୁ ଦିନର ବକେୟା ପ୍ରାପ୍ୟ ମିଳିବ ମାଙ୍ଗଳିକ କାମରେ ଯୋଗଦାନ କରିବେ । ମହିଳାମାନେ ଘରେ ବାହାରେ ସବୁଠି ପ୍ରସଶନୀୟା ହୋଇପାରନ୍ତି ।

ପ୍ରତିକାର-: କଞ୍ଚା କ୍ଷୀରରେ କଳାରାଶି ମିଶାଇ ଅଶ୍ୱତ୍ଥ ବୃକ୍ଷ ମୂଳରେ ଢାଳନ୍ତୁ

 

ମୀନ:-

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି । ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି ।

ପ୍ରତିକାର-: ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ