• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

୨୦୨୧ ମସିହା, ଅକ୍ଟୋବର ମାସ ୨୮ ତାରିଖ, ଗୁରୁବାର, ତୁଳା୧୨ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ,ସପ୍ତମୀତିଥି, ପୁନର୍ବସୁ ନକ୍ଷତ୍ର । ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ମେଷ:- ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇପାରିବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । 
ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବୃଷ:- ସ୍ୱାସ୍ଥ୍ୟରେ ଯଥେଷ୍ଟ ଉନ୍ନତି ଦେଖାଦେବା ସହ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହୋଇପାରିବ । ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇପାଇବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ।

ପ୍ରତିକାର:-ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମିଥୁନ:- ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ ।
ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:- ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତାହେଲେ ଆଗେଇ ନବା ଉଚିତ୍ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ ।
ପ୍ରତିକାର- ମଥାରେ ଶ୍ୱେତଚନ୍ଦନର ଟିକା ଲଗାନ୍ତୁ ।

ସିଂହ:- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାଯର୍ୟ ହୋଇପାରିବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ ।
ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:- ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହୋଇଯିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:- ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।
ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବା ସହ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି ।
ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:- ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହୋଇ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ।
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢାଳନ୍ତୁ । 

ମକର:- ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ ଓ ଦୂରଯାତ୍ରାର ସୁଯୋଗ ପାଇପାରିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହୋଇପାରିବେ ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:- ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ଓ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇପାରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ହୋଇ ପାରିବ ।
ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ  ।