• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭୁବନେଶ୍ୱର : ଟାଟାରେ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗ ମାମଲାର ତଦନ୍ତ ପୁଣି ଥରେ ହେବ । ଏହି ମାମଲାରେ ଗିରଫ ହୋଇଥିବା ପୂର୍ବତନ IFS ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ଜେରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ-ED । ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଜେରା କରିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୩ ଜଣିଆ ଟିମ୍ ପ୍ରସ୍ତୁତ ହୋଇଛନ୍ତି । ଆଜି ଜେଲକୁ ଯାଇ ଆକାଶଙ୍କୁ ମାମଲା ସମ୍ପର୍କରେ ପଚରାଉଚରା କରାଯିବ । ଏନେଇ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ ଅନୁମତି ଦେଇଛନ୍ତି । ଏହି ମାମଲାରେ ପୂର୍ବରୁ ଗିରଫ ହୋଇ ଜାମିନରେ ଆସିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।

ଦୁର୍ନୀତି କରି  ବିପୁଳ ପରିମାଣର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗତ ନଭେମ୍ବର ୨୭, ୨୦୨୦ ତାରିଖରେ ପାଠକ ବାପ ପୁଅଙ୍କୁ ଗିରଫ କରିଥିଲା । ପରେ ଆକାଶଙ୍କ ବିରୋଧରେ ଚାକିରି ଦେବା ନାଁରେ ଠକେଇ ଅଭିଯୋଗ ରୁଜୁ କରିଥିଲା କ୍ରାଇମବ୍ରାଞ୍ଚ । ଆକାଶଙ୍କ ବିରୋଧରେ ଟାଟାରେ ଚାକିରି କରାଇ ଦେବାକୁ କହି ବ୍ରହ୍ମପୁର ଓ ଗୋପାଳପୁର ଅଞ୍ଚଳର କିଛି ବ୍ୟକ୍ତିଙ୍କଠୁ ଠକେଇ କରିଥିବା ଅଭିଯୋଗ ରହିଛି ।