• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

କଟକ: ବିଶିଷ୍ଟ କ୍ୟାନ୍ସର ବିଶେଷଜ୍ଞ ଡାକ୍ତର ସଞ୍ଜୟ ପଣ୍ଡାଙ୍କ ପରଲୋକ। ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘ ଦିନ ଧରି ଲିଭର ଜନିତ ରୋଗରେ ପିଡୀତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚେନ୍ନାଇ ସ୍ଥାନାନ୍ତରିତ କରାଯାଇଥିଲା। ଆଜି ତାଙ୍କର ଦେହାନ୍ତ ଘଟିଛି। ବିରିଷ୍ଠ କ୍ୟାନ୍ସର ବିଶେଷଜ୍ଞ ଡା କୃପାସିନ୍ଧୁ ପଣ୍ଡାଙ୍କ ସେ ହେଉଛନ୍ତି ଜ୍ୟେଷ୍ଠ ପୁତ୍ର।

କଟକ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସେ ଆସୋସିଏଟ ପ୍ରଫେସର ଭାବରେ କାର୍ଯ୍ୟରତ ଥିଲେ। ଆଇଏମଏ କଟକ ଶାଖାର ଆଜୀବନ ସଦସ୍ୟ ଥିଲେ ଡାକ୍ତର ପଣ୍ଡା। ତାଙ୍କ ପରଲୋକ ଚିକିତ୍ସା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଵୋଲି ଆଇଏମଏ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।