• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ପୁନର୍ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ।

  • ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର ।

  • ମୁକ୍ତିମଣ୍ଡପକୁ ପ୍ରତିନିଧତ୍ତ୍ୱ କରିବେ ଅଶୋକ ମହାପାତ୍ର । 

  • ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ ।

ଭୁବନେଶ୍ୱର: ପୁନର୍ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି । ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ । ମୁକ୍ତିମଣ୍ଡପକୁ ପ୍ରତିନିଧତ୍ତ୍ୱ କରିବେ ଅଶୋକ ମହାପାତ୍ର । ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ହେବେ ସଦସ୍ୟ । ସେହିଭଳି ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର ମଧ୍ୟ ହେବ ସଦସ୍ୟ । ପ୍ରତିହାରୀ ନିଯୋଗ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର ହେବ ସଦସ୍ୟ । ସୁଆର ମହାସୁଆର ନିଯୋଗ ସେବାୟତ ଅନନ୍ତ ତିଆଡ଼ି ସଦସ୍ୟ ।

ସେହିଭଳି ଦଇତାପତି ନିଯୋଗ ସେବାୟତ ଦୁର୍ଗାପ୍ରସାଦ ମହାପାତ୍ର ସଦସ୍ୟ । ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସ ସଦସ୍ୟ । ବିଭିନ୍ନ ଧର୍ମାନୁଷ୍ଠାନ ଓ ମଠର ପ୍ରତିନିଧତ୍ତ୍ୱ କରିବେ ରାମକୃଷ୍ଣ ଦାସ । ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସଦସ୍ୟ ଭାବେ ମନୋନୀତ । ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଶରତ ଚନ୍ଦ୍ର ଭଦ୍ରା ମଧ୍ୟ ସଦସ୍ୟ ମନୋନୀତ ।

ସେପଟେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଆଜି ଏବଂ ଆସନ୍ତାକାଲି ୨ ଦିନ ଧରି ସେବକ ପରିବାରକୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଅନୁମତି ଦିଆଯାଇଛି । ସେମାନେ ଯେକୌଣସି ଦ୍ୱାର ଦେଇ ପରିଚୟ ପତ୍ର କିମ୍ବା ବୀମା କାର୍ଡ ଦେଖାଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ । ପୁରୀ ବାସିନ୍ଦାଙ୍କ ପାଇଁ ଆସନ୍ତା ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ଏବଂ ୨୩ରୁ ସର୍ବସାଧାରଣ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ଏହାପରେ ଅଗଷ୍ଟ ୨୩ରୁ ସର୍ବସାଧାରଣ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ୩ ମାସରୁ ଅଧିକ ସମୟର ବ୍ୟବଧାନ ପରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ପାଇଁ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ପରେ ଶ୍ରୀମନ୍ଦିର ପ୍ରଶାସନ ଏନେଇ ଏସଓପି ଜାରି କରିଥିଲା ।

୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀ ସହରବାସୀ ଓ୍ୱାର୍ଡ ଓ୍ୱାରୀ ଦର୍ଶନ କରିବେ । ସେମାନଙ୍କୁ ପୁରୀ ପୌରପାଳିକା ପକ୍ଷରୁ ଦି‌ଆଯିବ ସ୍ୱତନ୍ତ୍ର ଚିରୁକୁଟି । ଆଧାର କାର୍ଡ କିମ୍ବା ଭୋଟର ପରିଚୟପତ୍ର ଦେଖାଇ ଗୋଟିଏ ଚିରୁକୁଟିରେ ପରିବାରର ୬ ସଦସ୍ୟ ଦର୍ଶନ କରିପାରିବେ। ସେହିପରି ରାଜ୍ୟ ଓ ରାଜ୍ୟ ବାହାରର ଶ୍ରଦ୍ଧାଳୁ ୯୬ ଘଣ୍ଟା ପୂର୍ବର RTPCR କରୋନା ଟେଷ୍ଟ୍‌ ରିପୋର୍ଟ ନେଗେଟିଭ କିମ୍ବା ଡବଲ୍ ଡୋଜ୍ କରୋନା ଟିକା ରିପୋର୍ଟ ଦେଖାଇ ଦର୍ଶନ କରିପାରିବେ।