• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଝାରସୁଗୁଡ଼ା: ହୀରାକୁଦ ବିସ୍ଥାପିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। 

ଝାରସୁଗୁଡ଼ାରେ ଆୟୋଜିତ BSKY(Biju Swastya Kalyan Yojana) କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଭର୍ଚୁଆଲ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ବିସ୍ଥାପିତଙ୍କ ପାଇଁ ଏହି ବଡ଼ ଘୋଷଣା କରିଛନ୍ତି। ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଜମି ଯୋଗାଇ ଦିଆଯିବ।