• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  •   ବାତ୍ୟା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷା

 ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ସମସ୍ୟା ସଂପର୍କରେ ପ୍ରଧାନମନ୍ତ୍ରୀ ଏହି ସମୀକ୍ଷା କରିଥିବା ସୂଚନା ମିଳିଛି । ଓଡ଼ିଶା ଓ ଆନ୍ଧ୍ର ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ନେଇ ଆଲୋଚନା ହୋଇଛି  । ବାତ୍ୟାର କଣ ରହିବ ପ୍ରଭାବ ଓ ଏହାର ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ମୋଦି ସମୀକ୍ଷା କରିଛନ୍ତି । ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସହ ବରିଷ୍ଠ ଅଧିକାରୀ ଏହି ବୈଠକରେ ସାମିଲ ହୋଇ ବାତ୍ୟାର ସ୍ଥିତି ଓ ପ୍ରଭାବ ନେଇ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ଏବେ ୱେଲମାର୍କ ଲୋପ୍ରେସର ରହିଛି ୧୨ ଘଣ୍ଟା ମଧ୍ୟରେ ଡିପ୍ରେସନ ହେବ । ଡିପ୍ରେସନ ହେଲା ପରେ ବାତ୍ୟାର ଗତିପଥ ଅଧିକ ସ୍ପଷ୍ଟ ହୋଇପାରିବ, ତେବେ ପବନ ବେଗ ସର୍ବାଧିକ ୯୦ରୁ ୧୦୦କିମି ରହିବ ବୋଲି ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ।

 ସୂଚନା ଅନୁସାରେ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଘନୀଭୂତ ହୋଇ ୧୨ ଘଣ୍ଟାରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । କ୍ରମଶଃ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। 

cyclone warningcyclone warning

୩ ତାରିଖ ପରଠାରୁ ପବନର ବେଗ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହି ବାତ୍ୟାର ନାଁ ‘ଜୱାଦ୍‌’ ରଖାଯାଇଛି। ୩ରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇପାରେ। ଏହାପରେ ଉପକୂଳ ଆଡ଼କୁ ମାଡ଼ି ଆସିପାରେ ବାତ୍ୟା । ୪ ତାରିଖରେ ଓଡ଼ିଶା ଉପରେ ଏହାର ପ୍ରଭାବ ଅଧିକ ପଡ଼ିପାରେ।