• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

News Highlights

  • ମାମଲା ଦାୟର କଲେ ପ୍ରଦୀପ

  • ପୁଣି ଚର୍ଚ୍ଚାରେ ଗୋପାଳପୁର ବିଧାୟକ

ଭୁବନେଶ୍ୱର: ଲୋକାୟୁକ୍ତଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ ହୋଇଛି। ହାଇକୋର୍ଟରେ ମାମଲା ରୁଜୁ କଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକାୟୁକ୍ତ ଜଷ୍ଟିସ ଅଜିତ ସିଂ ଓ ସଚିବ ମାନସ ତ୍ରିପାଠୀଙ୍କ ବିରୋଧରେ ମାମଲା ଦାୟର ହୋଇଛି। ହାଇକୋର୍ଟ ନିର୍ଦ୍ଦେଶନାମାର ଜାଲ୍ କପି ବଳରେ ସୁପ୍ରିମକୋର୍ଟ ଯାଇଥିବା ଅଭିଯୋଗ ହୋଇଛି। ଏହାସହ ଲୋକାୟୁକ୍ତଙ୍କୁ କାର୍ଯ୍ୟକଳାପରୁ ବିରତ ରଖିବାକୁ ପ୍ରଦୀପ ଆବେଦନ ମଧ୍ୟ କରିଛନ୍ତି। ତେବେ ଏନେଇ ପ୍ରେସମିଟ୍‌ରେ ପ୍ରଦୀପ ପାଣିଗ୍ରାହୀଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ୧୨ ଜୁନ୍‌ରେ ଝାରପଡ଼ା ଜେଲରୁ ମୁକୁଳିଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ନିଜ ନାମରେ ଥିବା ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଜେଲରୁ ମୁକୁଳିଥିଲେ ପ୍ରଦୀପ । ମାମଲାରେ ହାଇକୋର୍ଟରୁ ଜାମିନ ପାଇଥିଲେ ପ୍ରଦୀପ । ଠକେଇ ଅଭିଯୋଗରେ ଗତ ଡିସେମ୍ବରରୁ ଗିରଫ ହୋଇ ଜେଲରେ ଥିଲେ ଗୋପାଳପୁରର ଏହି ଟାଣୁଆ ବିଧାୟକ।

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୁନ୍‌ ୧୨ରେ ଜାମିନ୍‌ ଦିଆଯାଇଥିଲା । ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଥିଲେ । ପ୍ରଦୀପଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିବାବେଳେ ପୂର୍ବରୁ ୫ଟିରେ ତାଙ୍କୁ ଜାମିନ ମିଳି ସାରିଥିଲା ।

ଆକାଶ ପାଠକ ଠକେଇ ଲିଙ୍କ୍‌ ମାମଲାରେ ଗୋପାଳପୁରର ଟାଣୁଆ ନେତା ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡ଼ିସେମ୍ବରରେ ହିଁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ୍। ଟାଟା କଂପାନିରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ଦର୍ଶାଇଥିଲା ତଦନ୍ତକାରୀ ସଂସ୍ଥା । ତାଙ୍କ ବିରୋଧରେ ଆଇଟି ଆକ୍ଟର ସଂଗୀନ ଦଫା ଲଗାଯାଇଥିଲା । ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ତାଙ୍କୁ ଗିରଫ କରାଯାଇଥିଲା ।

ଆକାଶ ପାଠକ ନିଜକୁ ଟାଟା ମୋଟର୍ସ ପାସେଞ୍ଜର କାର ଡିଭିଜନର ଇନ୍‌ଚାର୍ଜ ମ୍ୟାନେଜିଂ ଡାଇରେକ୍ଟର ବୋଲି କହୁଥିଲେ । ଏହାସହ ଲୋକଙ୍କୁ ଚାକିରି କରାଇ ଦେବାର ମିଥ୍ୟା ପ୍ରତିଶ୍ରୁତି ଦେଉଥିଲେ । ଆଉ ପ୍ରଦୀପ ତାଙ୍କ ପାଇଁ ଟଙ୍କା ଆଦାୟ କରୁଥିଲେ । ଏଭଳି ଅପରାଧରେ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ଦର୍ଶାଇଥିଲା ।