• translate
Minati Mishra

News Highlights

  • ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି

  •  ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ

  •  ଗତ ୬ ଘଣ୍ଟାରେ ୧୪ କିମି ବେଗରେ ଉପକୂଳ ମୁହାଁ ହେଉଛି 

ଭୁବନେଶ୍ୱର:  ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି।  ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି  । ଅବପାତ ଗତ ୬ ଘଣ୍ଟାରେ ୧୪ କିମି ବେଗରେ ଉପକୂଳ ମୁହାଁ ହେଉଛି। ଗୋପାଳପୁର ଠାରୁ ପୂର୍ବ ଓ ଦକ୍ଷିଣପୂର୍ବକୁ ୫୮୦ କିମି ଦୂରରେ ରହିଛି। ଅବପାତ   ଆନ୍ଧ୍ରର କଳିଙ୍ଗପାଟନାମ୍ ଠାରୁ ୭୪୦ କିଲୋମିଟର ଦୂରରେ କେନ୍ଦିଭୂତ ହୋଇଛି।

ଏହା ପ୍ରଥମେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରିବ । ଏହାପରେ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ସଂଧ୍ୟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ଦେଇ ଅତିକ୍ରମ କରିପାରେ।  ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ଆଜିଠୁ ୨୮ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ ।

ପ୍ରବଳ ବର୍ଷା ଓ ବନ୍ୟାକୁ ଆଖି ଆଗରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱ ତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ବର୍ଷା ଏବଂ ଏହା ପରବର୍ତ୍ତୀ ବନ୍ୟା, ଭୂସ୍ଖଳନ ଓ ପବନ ଜନିତ କ୍ଷୟକ୍ଷତି ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି॥

 

Other Stories

  • Cyclone
    Weather ଆସୁଛି ବାତ୍ୟା ! ୧୨ ଘଣ୍ଟାରେ ଗଭୀର ଅବପାତ

    ଆସନ୍ତା ୧୨ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖରୁ ୨୮ ତାରିଖରେ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ। 

  • Well Marked Low
    Weather ୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ

    ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖ ଓ ୨୮ ତାରିଖରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କେତେକ ସ୍ଥାନରେ ୨୬ ଓ ୨୭ ତାରିଖ ଦିନ ପ୍ରବଳରୁ ପ୍ରବଳ ବର୍ଷା ହେବାର ଆକଳନ...

  • Water Level Rises In Subarnarekha
    Weather ବଢ଼ୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ଶତାଧିକ ଗାଁ

    ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏନେଇ ନଦୀ କୂଳିଆ ଓ ତଳିଆ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବନ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ...

  • climate change report by world bank
    Weather ୨୦୫୦ ବେଳକୁ ବିଶ୍ୱର ୨୧ କୋଟି ଲୋକ ହରାଇବେ ବାସସ୍ଥାନ

    ଜଳବାୟୁ ପରିବର୍ତ୍ତନରୂ ପ୍ରଭାବରେ ମହାସାଗରର ଜଳସ୍ତର ବୃଦ୍ଧି ପାଇବା ମାନବସମାଜ ପାଇଁ ସବୁଠାରୁ ବଡ ବିପଦକୁ ଆମନ୍ତ୍ରଣ କରୁଛି। ମହାସାଗର ଜଳସ୍ତର ବୃଦ୍ଧି ପାଇବା ଫଳରେ ଉପକୂଳ ସହର ସବୁ ବୁଡିଯିବାର ଆଶଙ୍କା ରହିଛି। ଖାଲି...