• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

News Highlights

  • କାଲିଠୁ ବର୍ଷିବ

  • ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଆଜିଠୁ ପୁଣି ବର୍ଷା ଆରମ୍ଭ ହୋଇଛି। ତେବେ ପ୍ରଭାବରେ ଆସନ୍ତାକାଲି ସକାଳ ସାଢ଼େ ୮ଟାଠାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।

ଏସଆରସି ଅଫିସରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତାକାଲି ପାଇଁ ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ସହ କେତେକ ସ୍ଥାନରେ ପାଣିପାଗ ବିଭାଗ ପ୍ରବଳ ବର୍ଷାର ଅନୁମାନ କରିଥିବା କୁହାଯାଇଛି। ସେହିପରି ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରାଜ୍ୟର ୧୬ଟି ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ୱାର୍ଣ୍ଣିଂ। ଏସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ।