• translate
Sarbeswar

News Highlights

  • ପ୍ରବଳ ବର୍ଷିବ

  • ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

  • ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ଆସନ୍ତାକାଲି ଯାଏଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ-ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଅନ୍ୟ ୧୨ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ବରଗଡ଼କୁ ୱାର୍ଣ୍ଣିଂ ଜାରି ହୋଇଛି ।

ୱେଲମାର୍କ ଲୋ’ ପ୍ରେସରରେ ପରିଣତ ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକ। ତେବେ ଲଘୁଚାପ ଯୋଗୁଁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ସୂଚନା ଅନୁସାରେ, ଜୁଲାଇ ୩୦ ସକାଳ ସାଢ଼େ ୮ଟାରୁ ଜୁଲାଇ ୩୧ ସକାଳ ସାଢ଼େ ୮ଟା ଯାଏ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗିର, କେନ୍ଦୁଝର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁଲାଇ ୩୧ରେ ନୂଆପଡ଼ା, ନବରଙ୍ଗପୁର ଏବଂ ବରଗଡ଼ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଜୁଲାଇ ୩୦ ଯାଏ ଓଡ଼ିଶା ଉପକୂଳ, ଉତ୍ତର-ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ସମୁଦ୍ର ଅଞ୍ଚଳକୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Other Stories

  • cloudburst
    National କାହିଁକି ହେଉଛି ବାଦଲ ଫଟା ବର୍ଷା?

    ଏମିତିକି ଗୋଟିଏ ସ୍ଥାନରେ ଏକା ସାଙ୍ଗରେ ଅନେକ ବାଦଲ ଫାଟିବାର ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇନପାରେ। ଆଉ ଯଦି ଏକା ସାଙ୍ଗରେ ଏମିତି ହୁଏ ତେବେ କ୍ଷୟକ୍ଷତିର ଆକଳନ କରିବା ବୋଧହୁଏ ମୁସ୍କିଲ ହେବ। କାରଣ ଭୟଙ୍କର...

  • Odisha Secretariat
    Miscellaneous ରାଜ୍ୟରେ ବରିଷ୍ଠ IAS ସ୍ତରରେ ଅଦଳ ବଦଳ କଲେ ସରକାର

    ଏଥିସହ ତାଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ବି ମିଳିଛି।  ସୁରେନ୍ଦ୍ର କୁମାର ଖଣି ଓ ଇସ୍ପାତ ବିଭାଗର ସଚିବ  ରହିଥିଲେ। ଏହାସହ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର୍ ଭିନିଲ କ୍ରିଷ୍ଣାଙ୍କୁ ଯୁବ ଓ କ୍ରୀଡ଼ା ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି।

  • pm-awas-yojana
    National ଖୁବଶୀଘ୍ର ବଦଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ରୂପ ରେଖ

    CII କହିଛି, ଏହି ଯୋଜନାରେ ପୂର୍ବରୁ ବୀମା ନଥିଲା। ତେଣୁ ଲୋକମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିଲେ । କେବଳ ଏତିକି ନୁହେଁ ମଧ୍ୟ ହିତାଧୀକାରୀଙ୍କ ପ୍ରାଣ ଯିବା ପରେ ସେମାନଙ୍କ ପରିବାର ମଧ୍ୟ ଅନେକ...