• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଆଜି ପାଇଁ ୧୭ ଜିଲ୍ଲାକୁ ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ

  • ୧୪ ଯାଏଁ ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଆସନ୍ତା ୩ ଦିନ ପାଇଁ ବର୍ଷା ପାଇଁ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୭ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି । ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି ହୋଇଛି । ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ଅରେଞ୍ଜ ଓ୍ୱାର୍ଣ୍ଣଂ ଜାରି କରାଯାଇଛି ।

ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆଜି ଠାରୁ ୨ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆଭ୍ୟନ୍ତରିଣ ଓଡ଼ିଶାରେ ପ୍ରବଳ ବର୍ଷିବ ।

ସମୁଦ୍ର ନିକଟସ୍ଥ ଅଞ୍ଚଳରେ ପ୍ରବଳ ବେଗରେ ପବନ ବୋହିପାରେ ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ କହିଛନ୍ତି । ଏଥିଲାଗି ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି । ସୂଚନାଯୋଗ୍ୟ ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ସର୍ବାଧିକ ପରିମାଣର ୧୦୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।